କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍‌

କେନ୍ଦ୍ରାପଡ଼ା, ୪ା୧୦ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ରସାବଳିକୁ ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ଟ୍ୟାଗ୍‌ ମିଳିଛି। କେନ୍ଦ୍ରାପଡ଼ା ରସାବଳି ମିଷ୍ଟାନ୍ନ ନିର୍ମାତା ସଂଘ ଓ ଅନ୍ୟ ସଙ୍ଗଠନ ପକ୍ଷରୁ ହୋଇଥିବା ଆବେଦନ (ନଂ. ୮୦୨/୨୩/୧୨/୨୦୨୧) ସଫଳ ହୋଇଛି। ଚେନ୍ନାଇସ୍ଥିତ ଜିଆଇ ରେଜିଷ୍ଟରରେ ସୋମବାର ପ୍ରମାଣ ପତ୍ର ନଂ. ୫୦୮ରେ ଏହାକୁ ପଞ୍ଜୀକୃତ କରାଯାଇଛି। ଏହି ପ୍ରମାଣପତ୍ରର ବୈଧତା ଆସନ୍ତା ୨୦୩୧ ଡିସେମ୍ବର ଶେଷ ପର୍ଯ୍ୟନ୍ତ ରହିବ ବୋଲି ସୂଚନା ଦିଆଯାଇଛି। ରସାବଳିକୁ ଜିଆଇ ଟ୍ୟାଗ୍‌ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ସାହ ପରିଲକ୍ଷିତ ହୋଇଛି। ୨୦୨୧ରେ କେନ୍ଦ୍ରାପଡ଼ା ରସାବଳି ମିଷ୍ଟାନ୍ନ ନିର୍ମାତା ସଂଘ ଏହି ଦାବି କରିଥିବା ବେଳେ ପୂର୍ବତନ ଏମ୍‌ପି ସୁବାସ ସିଂଙ୍କ ନେତୃତ୍ୱରେ ଏମ୍‌ପି ମୁନା ଖଁା, ଏମ୍‌ପି ମମତା ମହନ୍ତ ପ୍ରମୁଖ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଏ ନେଇ ଏକ ସ୍ମାରକପତ୍ର ଦେଇଥିଲେ। ସ୍ମାରକପତ୍ରରେ ଏହାର ଇତିହାସ ଓ ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଜଣାଇବା ସହିତ ଜିଆଇ ଟ୍ୟାଗ୍‌ ମିଳିଲେ ଜିଲାର ଆର୍ଥିକ ବିକାଶ ହୋଇପାରିବ ବୋଲି ଉଲ୍ଲେଖ କରିଥିଲେ। ଗବେଷକଙ୍କ ଅନୁସନ୍ଧାନରେ ଅନଙ୍ଗଭୀମ ଦେବଙ୍କ ସମୟରୁ ଏହା ତୁଳସୀକ୍ଷେତ୍ରର ଭୋଗ ଭାବେ ଶ୍ରୀବଳଦେବଜୀଉଙ୍କୁ ପ୍ରତ୍ୟହ ୩୨ ରସାବଳି ଲାଗି କରାଯାଏ। ଗବେଷକ ନିରଞ୍ଜନ ମେକାପ ଓ ଡ. ଅନୀତା ସାବତ କହିଛନ୍ତି, ମହାରାଜା ଅନଙ୍ଗଭୀମ ଦେବଙ୍କ ସମୟରୁ ତୁଳସୀକ୍ଷେତ୍ରରେ ରସାବଳି ନୈବେଦ୍ୟ ଅର୍ପଣ ହୋଇଆସୁଛି। ଏହି ମିଷ୍ଟାନ୍ନର କେନ୍ଦ୍ରାପଡ଼ା ସମ୍ପୃକ୍ତି ସମ୍ପର୍କରେ ଛନ୍ଦପୁରାଣ, ଦାଣ୍ଡି ରାମାୟଣ, ଗଙ୍ଗବଂଶାନୁ ଚରିତର କେତେକ ଛନ୍ଦ ଓ ଜଣାଣରେ ଅଛି। ଶ୍ରୀଜୀଉଙ୍କ ନିତ୍ୟଭୋଗ ଭାବେ ପରିଚିତ ଏହି ମିଷ୍ଟାନ୍ନର ଉପତ୍ତ୍ତି ସ୍ଥଳ କେନ୍ଦ୍ରାପଡ଼ା ବୋଲି ସେମାନେ ଦାବି କରିଛନ୍ତି। ସହରର କେଶପୁର ବଜାରର ବର୍ଷିୟାନ ରସାବଳି ନିର୍ମାତା ବୈଷ୍ଣବ ପଣ୍ଡା କହିଛନ୍ତି, ପୂର୍ବରୁ ଏହା କେବଳ ମନ୍ଦିର ପରିସରରେ ନିର୍ମିତ ହୋଇ ଶ୍ରୀଜୀଉଙ୍କୁ ଲାଗି ହେଉଥିଲା। ଏବେ କେନ୍ଦ୍ରାପଡ଼ା ସହର ସମେତ ରାଜ୍ୟର ବିଭିନ୍ନ ମେଳା ମହୋତ୍ସବରେ ଦେଖିବାକୁ ମିଳୁଛି। ଛେନା, ଘିଅ, କ୍ଷୀର, ଚିନି, ଗୁଜୁରାତି, ଅଳେଇଚ ଆଦିକୁ ନେଇ ପ୍ରସ୍ତୁତ ଏହି ମିଷ୍ଟାନ୍ନର ପ୍ରସ୍ତୁତି ଟିକେ ଜଟିଳ। ତେବେ ଉପଯୁକ୍ତ ତାଲିମପ୍ରାପ୍ତ ନିର୍ମାତା ଏଥିରେ ସ୍ବାଦ ଭରିବାରେ ସକ୍ଷମ। ଶିକ୍ଷାବିତ୍‌ ଭୁବନମୋହନ ଜେନା କହିଛନ୍ତି, ଜିଆଇ ଟ୍ୟାଗ୍‌ ମିଳିଲେ ବ୍ରାଣ୍ଡ ଭ୍ୟାଲୁ ବଢ଼ିଥାଏ। ମୌଳିକ ଦ୍ରବ୍ୟର ବ୍ୟବସାୟ ବଢ଼ିବା ସହିତ ଅପବ୍ୟବହାର ଉପରେ ରୋକ ଲାଗିଥାଏ। ପ୍ରଚାର ପ୍ରସାର ଫଳରେ ସ୍ଥାନୀୟ ଅଞ୍ଚଳର ଆର୍ଥିକ ବିକାଶ ହୋଇଥାଏ। କେନ୍ଦ୍ରାପଡ଼ା ଜିଲାର ପରିଚୟ ଭାବେ ଶ୍ରୀବଳଦେବଜୀଉ, ଜାତୀୟ ଉଦ୍ୟାନ ଭିତରକନିକା ସହିତ ରସାବଳି ମିଠା ଅଛି। ଏହି ସ୍ବୀକୃତି ରସାବଳି ନିର୍ମାତାଙ୍କ ସମସ୍ତ ସମସ୍ୟାର ସମାଧାନ କରୁ ନ ଥିଲେ ମଧ୍ୟ ଏକ ଆତ୍ମ ତୃପ୍ତି ମିଳିପାରିବ ବୋଲି ସେ ମତ ଦେଇଛନ୍ତି। ରସାବଳି ନିର୍ମାତା ସଂଘର ଆବାହକ ସରୋଜ କୁମାର ମହାନ୍ତି କହିଛନ୍ତି, ଏହା ଏକ ଖୁସି ଖବର। କେନ୍ଦ୍ରାପଡ଼ା ରସାବଳି ପାଇଁ ସଙ୍ଗଠନର ଉଦ୍ୟମ ସାକାର ହୋଇଛି। ସେହିପରି ଶ୍ରୀବଳଦେବଜୀଉ ମନ୍ଦିର ପରିସରରେ ଏ ନେଇ ଉତ୍ସାହ ଦେଖାଦେଇଛି। ଟ୍ରଷ୍ଟ ବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ, ପୂର୍ବତନ ଟ୍ରଷ୍ଟ ବୋର୍ଡ ଅଧ୍ୟକ୍ଷ ଧୀରେନ ସାହୁ, ଉତ୍କଳମଣୀ ଯୁବକ ସଂଘ ସଭାପତି ଗୌତମ କୁମାର ବେହେରା, ଜନ ଅଧିକାର ମଞ୍ଚ ସଭାପତି ଭୁବନ ମୋହନ ଜେନା, ମନ୍ଦିରର ସେବାୟତମାନେ ଶ୍ରୀଜୀଉଙ୍କ ଆଶୀର୍ବାଦ ବୋଲି ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri