ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର ମାଛ ଧରାପଡ଼ିଛି। ଗ୍ରାମର ତପନ କୁମାର ମହାନ୍ତ ନଦୀରେ ଟେକା ଜାଲ ପକାଇ ମାଛ ଧରୁଥିବା ସମୟରେ ଜାଲରେ ଦୁଇଟି ବଡ଼ ମାଛ ପଡ଼ିଥିଲେ। ସେଥିରୁ ଗୋଟିଏ ମାଛ ଜାଲରୁ ଡେଇଁ ପୁଣି ନଦୀ ପାଣିକୁ ଚାଲିଯାଇଥିବା ବେଳେ, ଅନ୍ୟ ଏକ ବିଶାଳକାୟ ମାଛକୁ ସେ ଏବଂ ତାଙ୍କ ସାଙ୍ଗ ମିଶି ଅକ୍ଳାନ୍ତ ପରିଶ୍ରମ କରି କାବୁ କରିବାରେ ସଫଳ ହୋଇଥିଲେ।

ଧରାପଡ଼ିଥିବା ମାଛଟି ଏକ ଭାକୁଡ଼ ମାଛ ଥିଲା, ଯାହାର ଓଜନ ପ୍ରାୟ ୨୨୦ କିଲୋଗ୍ରାମ ହେବ। ଏତେ ବଡ଼ ମାଛ ଧରାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ପରେ କିଛି ଯୁବକ ମାଛଟିକୁ ପାଟଣା ବଜାର ସ୍ଥିତ ବିଶ୍ୱକର୍ମା ଫିଲିଂ ଷ୍ଟେଶନ ନିକଟ ଏକ ଦୋକାନକୁ ଆଣି କାଟିଥିଲେ ଏବଂ କିଲୋ ପ୍ରତି ୧୨୦ ଟଙ୍କା ହିସାବରେ ବିକ୍ରି କରିଥିଲେ। ତେବେ ଲଗାଣ ବର୍ଷା ଯୋଗୁ କାନପୁର ଡ୍ୟାମରୁ ବଢ଼ି ପାଣି ଆସିବା କାରଣରୁ ଏହି ବଡ଼ ମାଛଟି ନଦୀର ଉପରମୁଣ୍ଡରୁ ଭାସି ଆସିଥିବା ବୋଲି ସ୍ଥାନୀୟ ଲୋକେ ଅନୁମାନ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri