ସମୁଦ୍ର କୂଳରେ ବିଶାଳକାୟ ଲୁହା ବଲ୍‌, ସାଧାରଣରେ ଆତଙ୍କ

ଟୋକିଓ,୨୨ା୨: ଜାପାନର ହମାମାଟ୍‌ସୁ ସହରର ସମୁଦ୍ର ଉପକୂଳରେ ଏକ ବଡ଼ ଲୁହା ବଲ୍‌ ମିଳିବା ପରେ ଆତଙ୍କ ଖେଳିଯାଇଛି। ଜାପାନ ସେନା, ପୋଲିସ ଏବଂ କୋଷ୍ଟଗାର୍ଡ ସମସ୍ତେ ଏ ବିଷୟରେ ସତର୍କ ଅଛନ୍ତି। ଏହି ବିଶାଳ ବଲ୍‌ର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସାଧାରଣ ନାଗରିକଙ୍କ ସହ ଜାପାନର ଅଧିକାରୀମାନେ ଏହି ପ୍ରସଙ୍ଗରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି କ୍ଷେତ୍ରକୁ ପରୀକ୍ଷା କରୁଥିବା ଅଧିକାରୀଙ୍କ ଭିଡିଓ ସୋସିଆଲ ମିଡିଆରେ ଶେୟାର କରାଯାଇଛି, କିନ୍ତୁ ଏପର୍ଯ୍ୟନ୍ତ ଜଣା ପଡିନାହିଁ ଯେ, ଲୁହାର ଏହି ବିଶାଳ ହୋଲ ବଲ୍‌ କ’ଣ ଏବଂ ଏହା ଜାପାନରେ କିପରି ପହଞ୍ଚିଲା?

ଏକ ରିପୋର୍ଟରୁ ପ୍ରକାଶ ଯେ, ଟୋକିଓଠାରୁ ପ୍ରାୟ ୧୫୫ କିଲୋମିଟର ଦୂରରେ ଥିବା ଦକ୍ଷିଣ ଉପକୂଳବର୍ତ୍ତୀ ସହର ହମାମାଟ୍‌ସୁର ଜଣେ ନାଗରିକ ପ୍ରଥମେ ଏହି ବିଶାଳ ବଲକୁ ଦେଖି ପୋଲିସକୁ ସୂଚନା ଦେଇଥିଲେ। ସେ କହିଛନ୍ତି, ସମୁଦ୍ର କୂଳରେ ଏକ ବଡ଼ ଗୋଲାକାର ବସ୍ତୁ ଅଛି। ଏହି ଖବର ପରେ ଜାପାନ ଗଣମାଧ୍ୟମରେ ବ୍ୟାପିଗଲା। ବିଶେଷଜ୍ଞମାନେ ଏକ୍ସ-ରେ ଟେକ୍ନୋଲୋଜି ବ୍ୟବହାର କରି ବସ୍ତୁର ଭିତର ଅଂଶକୁ ଯାଞ୍ଚ କରିବା ପରେ ଏହା ଖୋଲା ଥିବା ଜାଣିବା ପରେ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri