ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ ଥିବା ସ୍ଥାନୀୟ ପୋଷ୍ଟ ଅଫିସ ପରିସରରେ ଏକ ବିରାଟକାୟ ଅହିରାଜ (King Cobra) ସାପ ବାହାରିବା ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।

ପୋଷ୍ଟ ଅଫିସ ଭିତରେ ହଠାତ ସାପଟିକୁ ଦେଖି ସେଠାରେ ଥିବା କର୍ମଚାରୀ ଓ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଥିଲେ। ଲୋକଙ୍କ ଭିଡ଼ ଜମିବା ସହ କିଛି ଉତ୍ତ୍ୟକ୍ତ ଯୁବକ ସାପଟି ଉପରକୁ ଟେକା ପଥର ଫିଙ୍ଗୁଥିବା ଦେଖିବାକୁ ମିଳିଥିଲା।

ସୂଚନାଯୋଗ୍ୟ, ହଦଗଡ଼ ଅଞ୍ଚଳଟି ଘନ ଜଙ୍ଗଲ ନିକଟବର୍ତ୍ତୀ ହୋଇଥିବାରୁ ପ୍ରାୟତଃ ବନ୍ୟଜନ୍ତୁ ଓ ବିଷଧର ସାପ ଗାଁ ଭିତରକୁ ପଶି ଆସିଥାନ୍ତି। ଖବର ପାଇ ହଦଗଡ଼ ବନ ବିଭାଗର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ବନ୍ୟଜନ୍ତୁଙ୍କୁ ଆକ୍ରମଣ ନ କରିବାକୁ ପରାମର୍ଶ ଦେଇଥିଲେ। ବନ୍ୟପ୍ରାଣୀ ସଂରକ୍ଷଣର ଗୁରୁତ୍ୱ ବୁଝାଇବା ସହ ସାପଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ବ୍ୟବସ୍ଥା କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର, ବୋରିଗୁମ୍ମାରେ ରେକର୍ଡ…

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…

ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri