Posted inଖେଳ

ଟୋକିଓରେ ପହଞ୍ଚିଲା ବିଶାଳ ଅଲିମ୍ପିକ କଣ୍ଢେଇ

ଟୋକିଓ,୧୮।୭(ଏପି): ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ୬ ଦିନ ବାକିଥିବା ବେଳେ ଏକ ବିଶାଳ ଅଲିମ୍ପିକ କଣ୍ଢେଇ ଟୋକିଓରେ ଆସି ପହଞ୍ଚିଛି। ଏ ନେଇ ଅଲିମ୍ପିକ୍‌ ଆୟୋଜକମାନେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ଏହି ବିଶାଳ କଣ୍ଢେଇ ଟୋକିଓ ୨୦୨୦ ନିପନ ଫେଷ୍ଟିଭାଲର ମୁଖ୍ୟ ଆକର୍ଷଣ ଥିଲା। ଏହି ଉତ୍ସବ ୨୦୨୦ ଅଲିମ୍ପିକ୍ସର ଆନୁଷ୍ଠାନିକ ସାଂସ୍କୃତିକ କାର୍ଯ୍ୟକ୍ରମ ଥିଲା। ଏହି କଣ୍ଢେଇର ନାମ ‘ମୋକ୍କୋ’ ରଖାଯାଇଛି। ଗତ ମେ’ ୧୫ ତାରିଖରେ ‘ମୋକ୍କୋ’ ପ୍ରଥମଥର ପାଇଁ ଦେଖିବାକୁ ମିଳିଥିଲା।


୨୦୧୧ ଭୂମିକମ୍ପ ଓ ସୁନାମି ଦ୍ୱାରା ଜାପାନର ଟୋହୋକୁ ଅଞ୍ଚଳ ବେଶ୍‌ କ୍ଷତିଗ୍ରସ୍ତ ହୋଇଥିଲା ଓ ଏହି ବିପର୍ଯ୍ୟୟର ମାନସ ସନ୍ତାନ ଭାବେ ‘ମୋକ୍କୋ’ ସୃଷ୍ଟି ହୋଇଥିଲା। ଜାପାନ ବ୍ୟଙ୍ଗକାର ତଥା ଲେଖକ ନାଓକି ମାଟାୟୋଶି ଏକ ଗପ ଲେଖିଥିଲେ। ଏଥିରେ ସେ ‘ମୋକ୍କୋ’କୁ ମୁଖ୍ୟ ଚରିତ୍ର ଭାବେ ଏହି ଗପରେ ନେଇଥିଲେ। ଏଥିରୁ ପ୍ରଭାବିତ ହୋଇ ସ୍କ୍ରିନ୍‌ରାଇଟର କାନକୁରୋ କୁଡୋ ଏହି ବିଶାଳ କଣ୍ଢେଇର ନାମ ‘ମୋକ୍କୋ’ ଦେଇଥିଲେ। ଜାପାନର ୩ଟି ପ୍ରାନ୍ତ ଭ୍ରମଣ କରିବା ପରେ ‘ମୋକ୍କୋ’ ଟୋକିଓରେ ପହଞ୍ଚିଛି। ‘ମୋକ୍କୋ’କୁ ନେଇ ଟୋକିଓରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଜୁଲାଇ ୨୩ ତାରିଖରେ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ ଆୟୋଜନ ହେବ। ଅଗଷ୍ଟ ୮ ତାରିଖରେ ଏହି କ୍ରୀଡ଼ା ମହାକୁମ୍ଭ ଶେଷ ହେବ। ୨୦୬ ଦେଶରୁ ୧୧,୨୩୮ରୁ ଊର୍ଦ୍ଧ୍ୱ ଆଥ୍‌ଲେଟ ଏଥିରେ ଅଂଶଗ୍ରହଣ କରିବେ। ଭାରତର ୧୧୯ ଆଥ୍‌ଲେଟ ଏଥର ଅଲିମ୍ପିକ୍ସରେ ଭାଗ ନେବେ। ଏଥିରେ ୬୭ ପୁରୁଷ ଓ ୫୨ ମହିଳା ଆଥ୍‌ଲେଟ ସାମିଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

ବୈଭବ ସୂର୍ଯ୍ୟବଂଶୀଙ୍କ ଲଢ଼େଇ ଉପରେ ବିସିସିଆଇ ଦେଲା ଏଭଳି ବୟାନ, ସମସ୍ତେ ଚକିତ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ’ଏ’ ଦଳ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି, ଯେଉଁଠାରେ ତ୍ରିଦେଶୀୟ ସିରିଜ (ଟ୍ରାଇ-ନେସନ ସିରିଜ) ଖେଳାଯାଉଛି। ଏହି ସିରିଜରେ ଶ୍ରୀଲଙ୍କା ‘ଏ’ ଏବଂ…

ଏମିତି ରେକର୍ଡ କଲେ ସ୍ମୃତି ମନ୍ଧାନା, କୋଶେ ଦୂରରେ ରିହିବେ ପୁରୁଷ କ୍ରିକେଟର

ନୂଆଦିଲ୍ଲୀ,୧୮।୬: ସ୍ମୃତି ମନ୍ଧାନା ଆଇସିସି ମହିଳା ବିଶ୍ୱକପ 2026 ରେ ତାଙ୍କର କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ହାସଲ କରିଥିଲେ; ପାକିସ୍ତାନ ବିପକ୍ଷରେ ୬୮ ରନର ଇନିଂସ ପରେ,…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri