ଏକା ସାଥିରେ ୩ ଜଣଙ୍କୁ ଧକ୍କା ଦେଇ ଜଣଙ୍କୁ ବାଇକ୍‌ ସହ ଘୋଷାଡି ନେଲା ଟ୍ରକ, କ୍ଷତିପୂରଣ ଦାବିରେ ଉତ୍ତେଜନା

କୋକସରା,୧୪।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨୬ ଅଁଲାଗୁଡା ନାଳ ପୋଲ ନିକଟରେ ବୁଧବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ମୃତକ ହେଲେ ଚିକିଲି ଗ୍ରାମର ଯୋଗଧ୍ୟାନ ବେମାଲ (୩୯)।ଗରୁତର ହେଲେ ବଙ୍ଗୋମୁଣ୍ଡା ଗ୍ରାମର ଅନ୍ତ ଗହୀର ଓ କୋକସରା ମହିଳା ରାମବତୀ ଦୀପ । ଭୋର ସମୟରେ ଏକ ମାଲ ବୋଝେଇ ଟ୍ରକ ଦ୍ରୁତ ଗତିରେ ଆସି ରାସ୍ତା କଡ଼ ରେ ଥିବା ୩ ଜଣଙ୍କୁ ଧକ୍କା ଦେଇଥିଲା ଓ ଜଣକୁ ବାଇକ ସହ ଘୋଷାଡି ନେଇଥିଲା। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ତାଙ୍କୁ ଉଦ୍ଧାର କରି କୋକସରା ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ଚିକିତ୍ସା ଜାରି ରହିଛି।
ଅନ୍ୟପକ୍ଷେ, ଘଟଣାସ୍ଥଳରେ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା ଦେଖାଦେଇଛି । ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହିଥିବା ବେଳେ ଲୋକମାନେ ଜାତୀୟ ରାଜପଥ ୨୬ ଅବରୋଧ କରିଛନ୍ତି । ଫଳରେ ଭବାନୀପାଟଣା – ଜୟପୁର ମଧ୍ୟରେ ଯାତାୟାତ ବନ୍ଦ ରହିଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ଟ୍ରକ ତଳେ ଚାପି ହୋଇଥିବା ଯୁବକ ଓ ଦୁଇଟି ବାଇକ୍‌କୁ କ୍ରେନ ସାହାଯ୍ୟରେ ଉଦ୍ଧାର କରିବାପାଇଁ ଉଦ୍ୟମ ଜାରି ରହିଛି । ଦୁର୍ଘଟଣା ଘଟାଇଥିବା ଲୁହା ବୋଝେଇ ଟ୍ରକଟି ଛତିଶଗଡ଼ର ରାଏଗଡ଼ରୁ ଉମରକୋଟ ଯାଉଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?