ବାର୍ଷିକ ଉତ୍ସବରେ କର୍ମଚାରୀଙ୍କୁ ବାସଗୃହ ଜମି ଉପହାର

ଭୁବନେଶ୍ୱର, ୭।୧୦: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସର ୨୩ ତମ ବାର୍ଷିକ ଉତ୍ସବ ‘ବିଶ୍ୱାସ’ ଶୁକ୍ରବାର ପୁରୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଲିଉଡ୍‌ ଅଭିନେତ୍ରୀ ତଥା ଅରୁନ୍ଧତୀ ଜୁଏଲର୍ସର ବ୍ରାଣ୍ଡ୍‌ ଆମ୍ବାସାଡର ଅର୍ଚ୍ଚିତା ସାହୁଙ୍କ ସମେତ ଅରୁନ୍ଧତୀର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର ଏବଂ ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ମେହେର ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ବିଭିନ୍ନ କ୍ଷେତ୍ରରେ ଶୀର୍ଷ ପ୍ରଦର୍ଶନ କରିଥିବା ଅରୁନ୍ଧତୀ ଗ୍ରୁପ୍‌ର ୭୮ଜଣ କର୍ମଚାରୀଙ୍କୁ ଉପହାର ସ୍ବରୂପ ୧୨୦୦ ବର୍ଗଫୁଟର ବାସଗୃହ ଜମି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମ୍ମାନିତ କରାଯାଇଥିଲା। ଅପରପକ୍ଷରେ ଦୀର୍ଘ ୨୧ବର୍ଷ ଧରି ଅରୁନ୍ଧତୀ ପରିବାର ସହ ଯୋଡ଼ିହୋଇ ନିରନ୍ତର ଓ ନିଷ୍ଠାପର ଭାବେ କାମ କରି ଆସୁଥିବା କର୍ମଚାରୀମାନଙ୍କୁ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିଦ୍ଦେର୍ଶକ ବ୍ରହ୍ମାନନ୍ଦ ମେହେର ଉପହାର ସ୍ବରୂପ ୧୨୦୦ ବର୍ଗଫୁଟର ବାସଗୃହ ଜମି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମ୍ମାନିତ କରିଥିଲେ। ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ମେହେର କହିଥିଲେ, ଆମ କର୍ମଚାରୀମାନେ ନିରନ୍ତର ଓ ନିଷ୍ଠାପର ଭାବେ ଗ୍ରାହକମାନଙ୍କୁ ଆମତ୍ିୟତା ଓ ନମ୍ରତା ଭରା ସେବା ପ୍ରଦାନ କରିଥାନ୍ତି। ଫଳରେ ଅରୁନ୍ଧତୀ ଆଜି ରାଜ୍ୟର କୋଣ ଅନୁକୋଣରେ ବେଶ୍‌ ପରିଚିତ ଓ ଆଦୃତ ହୋଇପାରିଛି। ଓଡ଼ିଶାବାସୀଙ୍କର ଭଲ ପାଇବା ଯୋଗୁ ଆମେ ରାଜ୍ୟର ସର୍ବବୃହତ୍‌ ଓ ସର୍ବଶ୍ରେଷ୍ଠ ଜୁଏଲେରି ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠିତ ହୋଇପାରିଛୁ।
ସେହିଭଳି ବାର୍ଷିକ ଉତ୍ସବର ବିଶେଷ ମୁହୂର୍ତ୍ତକୁ ଅବିସ୍ମରଣୀୟ କରିବା ପାଇଁ ଗ୍ରୁପ୍‌ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏପରିକି ଗୀତିକାର ନାଭ୍ୟାଙ୍କ ସୁମଧୁର ସ୍ବର ଓ ଡିଜେ ୱାସିମ୍‌ଙ୍କ ରିମିକ୍ସ ସଙ୍ଗୀତ ଉପସ୍ଥିତ ୧୦୦୦ରୁ ଊର୍ଦ୍ଧ୍ୱ ଅରୁନ୍ଧତୀ ଗ୍ରୁପ୍‌ର କର୍ମଚାରୀ ଓ ଅତିଥିମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲାବେଳେ ଆଙ୍କର ଶୋଭନା ମଞ୍ଚ ପରିଚାଳନା କରିଥିଲେ ା ଗୋଟିଏ ବର୍ଷ ଭିତରେ ୩ଟି ଜାତୀୟ ସମ୍ମାନ ସହ ୧୦ରୁ ଊର୍ଦ୍ଧ୍ୱ ସମ୍ମାନରେ ସମ୍ମାନିତ ହୋଇ ସହ ଓଡ଼ିଶା ମାଟି ପାଇଁ ଅନେକ ଗର୍ବ ଓ ଗୌରବ ଆଣିପାରିଛି। ଆଗାମୀ ଦିନରେ ଅରୁନ୍ଧତୀ ସେହି ଉସତ୍ର୍ଗୀକୃତ ମନୋଭାବ ରଖି ସେବା ଯୋଗାଇଦେବା ଅମର ଆଣିବା ପ୍ରାଥମିକତା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri