Posted inଜାତୀୟ

ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଉପହାର: ଶିଶୁ ଜନ୍ମର ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

ପାଟଣା, ୨୭।୩: ପବିତ୍ର ହୋଲି ଉପଲକ୍ଷେ ବିହାରର ସରକାରୀ କର୍ମଚାରୀଙ୍କୁ ଏକ ବଡ଼ ଉପହାର ମିଳିଛି। ଏବେ ସରକାରୀ କର୍ମଚାରୀ କିମ୍ବା ଅଧିକାରୀଙ୍କ ଘରେ ପିଲା ଜନ୍ମ ହୁଅନ୍ତି ତେବେ ପ୍ରସବ ସମୟର ସମସ୍ତ ଖର୍ଚ୍ଚ ସ୍ବାସ୍ଥ୍ୟ ବିଭାଗ ବହନ କରିବ। ରାଜ୍ୟର ସାଧାରଣ ଜନତାଙ୍କ ସହ ସରକାରୀ କର୍ମଚାରୀମାନେ ମଧ୍ୟ ନିରାପଦ ପ୍ରସବକୁ ନେଇ ସଚେତନ ହେବା ଉଚିତ, ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟ ବିଭାଗ ଏହି ପଦକ୍ଷେପ ନେଇଛି। ତେବେ ସରକାରଙ୍କ ଏହି ସହାୟତା କେବଳ ପ୍ରଥମ ଦୁଇ ସନ୍ତାନ ପାଇଁ ସୀମିତ ରହିବ। ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଲ ପାଣ୍ଡେ ଶୁକ୍ରବାର ଏହା ଜଣାଇଛନ୍ତି। ସରକାର ନିଷ୍ପତ୍ତି ନେଇଛି ଯେ, ପ୍ରସବ ସମୟରେ କର୍ମଚାରୀଙ୍କ ଚିକିତ୍ସା ଖର୍ଚ୍ଚ ସ୍ବାସ୍ଥ୍ୟ ବିଭାଗ ବହନ କରିବ।
ଆହୁରି ମଧ୍ୟ ପାଣ୍ଡେ କହିଛନ୍ତି ଯେ, ବର୍ତ୍ତମାନ ଅଖିଳ ଭାରତୀୟ ସେବାର କର୍ମଚାରୀ ଏବଂ ଅନ୍ୟ କେତେକ ରାଜ୍ୟ ସରକାର ନିଜର କର୍ମଚାରୀଙ୍କୁ ପ୍ରସବ ମେଡିକାଲ ସୁବିଧା ପ୍ରଦାନ କରୁଛନ୍ତି। ବର୍ତ୍ତମାନ ବିହାର ସରକାର ଏହାର କର୍ମଚାରୀ ଏବଂ ଅଧିକାରୀମାନଙ୍କୁ ମଧ୍ୟ ଏହି ସୁବିଧା ଯୋଗାଇ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri