Odisha Elections 2024

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।

ଦୋକାନ ମାଲିକ ପ୍ରକାଶ ମହାପାତ୍ରଙ୍କ କହିବା ଅନୁସାରେ, ରାତିରେ ଘଡ଼ଘଡ଼ି ସହ ବର୍ଷା ହେଉଥିଲା। ଫଳରେ ଦୋକାନରେ କରେଣ୍ଟ ନ ଥିଲା। କିନ୍ତୁ ବର୍ଷା ଘଡ଼ଘଡ଼ି କମିବା ପରେ କରେଣ୍ଟ ଆସିଥିଲା। ପରବର୍ତ୍ତୀ ସମୟରେ ଦୋକାନର ଏକ ନିର୍ଦ୍ଦିଷ୍ଟ ସ୍ଥାନରୁ ଧୂଆଁ ବାହାରିଥିଲା। ପରେ ଦୋକାନରେ ନିଆଁ ଲାଗି ଏହା ଚାରିଆଡ଼େ ବ୍ୟାପୀ ଯାଇଥିଲା। ଫଳରେ ଦୋକାନରେ ଥିବା ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମସ୍ତ ଗିଫ୍ଟ ଆଇଟମ୍‌ ପୋଡ଼ିଜଳି ନଷ୍ଟ ହୋଇଯାଇଛି। ଏପରିକି ତାଙ୍କର ସମସ୍ତ ଶିକ୍ଷାଗତ ସାର୍ଟିଫିକେଟ ମଧ୍ୟ ପୋଡ଼ିଯାଇଥିବା ଦୋକାନୀ ପ୍ରକାଶ କହିଛନ୍ତି।

ଖବର ପାଇ ସ୍ଥାନୀୟ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଦୋକାନ ପୋଡ଼ି ନଷ୍ଟ ହୋଇଯାଇଥିଲା। ଶର୍ଟସର୍କିଟ୍‌ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବିଦ୍ୟୁତ୍‌ ବିଭାଗର କନିଷ୍ଠ ଯନ୍ତ୍ରୀ ଅମୂଲ୍ୟ କୁମାର ଭଟ୍ଟ ଏବଂ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ...

ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୧୯ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ସରଦାପୁର ବ୍ରିଜ୍‌ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ପ୍ରଶାନ୍ତ ଜେନା(୨୩)।...

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା...

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri