Posted inଜାତୀୟ

ବିଧାନସଭା ନିର୍ବାଚନ ପୂର୍ବରୁ ଉପହାର ସୁଅ: ବିହାରର ୪୫ ହଜାରରୁ ଅଧିକ ଗାଁରେ ବିଛାଯିବ ଅପ୍ଟିକାଲ ଫାଇବର

ପାଟନା, ୨୧।୯: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବ। ଏହାକୁ ଦୃଷ୍ଟିରେ ରଖି ଭୋଟରଙ୍କୁ ଆକର୍ଷିତ କରିବା ଲାଗି ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ମନୋଲୋଭାଣିଆ ପ୍ରତିଶ୍ରୁତି ଜାରି ରହିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବିହାରରେ ୯ଟି ରାଜମାର୍ଗ ପରିଯୋଜନାର ଶିଳାନ୍ୟାସ କରିଛନ୍ତି। ରାଜମାର୍ଗ ପରିଯୋଜନାରେ ୩୫୦ କିଲୋମିଟର ସଡ଼କ ପଥର ବିକାଶ କାର୍ଯ୍ୟ ସମ୍ପନ୍ନ କରାଯିବ। ଏଥିଲାଗି ୧୨ ହଜାର ୨୫୮ କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି। ଏହା ସହିତ ‘ଘର ତକ୍‌ ଫାଇବର ପ୍ରକଳ୍ପ’ ଅନ୍ତର୍ଗତ ଏକ ପରିଯୋଜନାର ମଧ୍ୟ ଶିଳାନ୍ୟାସ ପ୍ରଧାନମନ୍ତ୍ରୀ କରିଛନ୍ତି। ଏହି ପରିଯୋଜନାରେ ବିହାରର ୪୫ ହଜାର ୯୪୫ ଗାଁରେ ଅପ୍ଟିକାଲ ଫାଇବର ବିଛା ଯିବା କାର୍ଯ୍ୟ ସମ୍ପନ୍ନ ହେବ। ଗାଁରେ ଡିଜିଟାଲ ସୁବିଧା ଉପଲବ୍ଧ କରାଇବା ଲାଗି ୩୪ ହଜାର ୮୨୧ କମନ୍‌ ସର୍ଭିସ୍‌ ସେଣ୍ଟର ସ୍ଥାପିତ କରାଯିବ। ଏସବୁ ଅଞ୍ଚଳରେ କାର୍ଯ୍ୟ କରୁଥିବା ସରକାରୀ ପ୍ରାଇମେରୀ ସ୍କୁଲ୍‌ ଏବଂ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ଗୋଟିଏ ଓ୍ବାଇ-ଫାଇ ଏବଂ ୫ଟି ମାଗଣା କନେକଶନ୍‌ ସୁବିଧା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri