Posted inଜାତୀୟ

କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ଉପହାର: ଛୁଟି ବଦଳରେ ମିଳିବ ନଗଦ ଟଙ୍କା

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ସରକାର ଉପହାର ଘୋଷଣା କରିଛନ୍ତି। ଛୁଟି ବଦଳରେ କର୍ମଚାରୀଙ୍କୁ ନଗଦ ଟଙ୍କା ପ୍ରଦାନ କରାଯିବ। ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ସୂଚନା ଦେଇଛନ୍ତି। ଏହା ସହିତ ସମସ୍ତ କର୍ମଚାରୀଙ୍କୁ ପାର୍ବଣ ଋତୁରେ ୧୦ ହଜାର ଟଙ୍କା ଅଗ୍ରୀମ ଦିଆଯିବ। ଏଲ୍‌ଟିିସି ଭାଉଚର ଯୋଜନା ଅନ୍ତର୍ଗତ କର୍ମଚାରୀଙ୍କୁ ଛୁଟି ବଦଳରେ ଟଙ୍କା ଦିଆଯିବ। ୨୦୨୧ ମାର୍ଚ୍ଚ ୩୧ ପୂର୍ବରୁ କର୍ମଚାରୀଙ୍କୁ ଏସମ୍ପର୍କରେ ଜଣାଇବାକୁ ପଡ଼ିବ। ଏଲ୍‌ଟିସି ଅନ୍ତର୍ଗତ ପ୍ରତି ୪ ବର୍ଷରେ ସରକାର କର୍ମଚାରୀଙ୍କୁ ଭ୍ରମଣ ଲାଗି ଆବଶ୍ୟକ ଟଙ୍କା ଦେଇଥାନ୍ତି। ତେବେ ଚଳିତ ବର୍ଷ ଏହା ବଦଳରେ ନଗଦ ଟଙ୍କା ଦେବାକୁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଥିପାଇଁ ମୋଟ ୫,୬୭୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାସହିତ ସାର୍ବଜନୀକ ଉପକ୍ରମ ଏବଂ ବ୍ୟାଙ୍କକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୯,୦୦କୋଟି ଟଙ୍କା ପ୍ରଦାନ କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri