Posted inଫୁରସତ

ବନ୍ଧୁତ୍ୱ ଦିବସରେ ଦିଅନ୍ତୁ ଏମିତି ଉପହାର, ସମ୍ପର୍କ ହେବ ଆହୁରି ନିବିଡ଼

ବନ୍ଧୁ ଏମିତି ଏକ ଶବ୍ଦ ଯାହାର ତୁଳନା ନାହିଁ। ଜଣେ ବନ୍ଧୁ ହିଁ ସୁଖଦୁଃଖ ସବୁ ପରିସ୍ଥିତିରେ ପାଖରେ ଠିଆ ହୋଇଥାନ୍ତି। ଏହି ବନ୍ଧୁତାକୁ ଆହୁରି ସ୍ବତନ୍ତ୍ର କରିବା ପାଇଁ ପ୍ରତ୍ୟେକ ବର୍ଷ ଅଗଷ୍ଟ ମାସର ପ୍ରଥମ ରବିବାରରେ ଫ୍ରେଣ୍ଡ୍‌ସିପ୍‌ ଡେ’ ବା ବନ୍ଧୁତ୍ୱ ଦିବସ ପାଳନ କରାଯାଇଥାଏ। ତେବେ ଏହି ଦିନରେ ନିଜର ପ୍ରିୟ ବନ୍ଧୁଙ୍କୁ କ’ଣ ଉପହାର ଦେବେ ଜାଣନ୍ତୁ ଏ ସମ୍ପର୍କରେ…


ଏହି ଦିନରେ ବଜାରରୁ କୌଣସି ଗିଫ୍ଟ ବା ଉପହାର କିଣି ଦେବା ଅପେକ୍ଷା ନିଜ ହାତ ତିଆରି ଉପହାର ବନ୍ଧୁଙ୍କୁ ଦିଅନ୍ତୁ। ଏହା ଦ୍ୱାରା ସମ୍ପର୍କ ଆହୁରି ନିବିଡ଼ ହେବ।

ବନ୍ଧୁଙ୍କ ମନ ଲାଖି ଉପହାର ଦେବାକୁ ଆଦୌ ଭୁଲନ୍ତୁ ନାହିଁ। ତାଙ୍କୁ କେମିତି ଜିନିଷ ପସନ୍ଦ। ସେମିତି ଉପହାର ଦିଅନ୍ତୁ।

ଆପଣଙ୍କ ଆଉ ବନ୍ଧୁଙ୍କ ଫଟୋ ଥିବା ଉପହାର ଦିଅନ୍ତୁ। ଏହା ଦ୍ୱାରା ବନ୍ଧୁ ଆହୁରି ଖୁସିବ୍ୟକ୍ତ କରିବେ।

ଆପଣ ଚାହିଁଲେ ବନ୍ଧୁଙ୍କୁ ହଳଦିଆ ରଙ୍ଗର ଗୋଲାପ ଦେଇପାରିବେ। ଏହି ଗୋଲାପ ବନ୍ଧୁତାକୁ ଆହୁରି ସୁଦୃଢ଼ କରିଥାଏ।

ଟେଡିବିୟର ମଧ୍ୟ ଦେଇପାରିବେ। ଏହା ବ୍ୟତୀତ ଯଦି ଆପଣଙ୍କ ବନ୍ଧୁ ପରଫ୍ୟୁମ୍‌ ପ୍ରିୟ ତେବେ ଏହା ଦେବାକୁ ଭୁଲନ୍ତୁ ନାହିଁ।

ଏହି ଖାସ୍‌ ଦିନରେ ଛୋଟ ଚାରା ଗଛ ବନ୍ଧୁଙ୍କୁ ପ୍ରଦାନ କରନ୍ତୁ। ଯାହା ସବୁଠୁ ବଡ଼ ଉପହାରଟିଏ।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri