Posted inଜାତୀୟ

ନିର୍ବାଚନରେ ଉପହାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ବିକାଶ ପାଇଁ ଖର୍ଚ୍ଚ ହେଉ ଟଙ୍କା, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୧।୮ : ନିର୍ବାଚନ ସମୟରେ ମାଗଣା ଉପହାର ଦେବା ଏବଂ ମାଗଣା ବିଦ୍ୟୁତ, ଜଳ ବଣ୍ଟନ ଆଦି ରାଜନୈତିକ ଦଳର ପ୍ରତିଶ୍ରୁତିକୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଭାବରେ ବିବେଚନା କରାଯାଇଛି।

ଗୁରୁବାର ପ୍ରାୟ ୨୦ ମିନିଟ ପର୍ଯ୍ୟନ୍ତ ଏହାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନର ଶୁଣାଣି କୋର୍ଟର ଦୁଇଜଣ ବିଚାରପତିଙ୍କ ଦ୍ୱାରା ହୋଇଛି। ନିର୍ବାଚନରେ ଉପହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ଏହି ଆବେଦନରେ ଦାବି କରାଯିବା ସହିତ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ କୁହାଯାଇଛି।

ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରିଥିଲେ ମଧ୍ୟ ସ୍ପଷ୍ଟ ଭାବେ କହିଛନ୍ତି ଯେ ଏହାର ରାୟ ପ୍ରଦାନ ଆଜି କରାଯିବ ନାହିଁ। ସମସ୍ତ ପକ୍ଷଙ୍କ ପରାମର୍ଶକୁ ବିଚାର କରାଯିବ। ଏହାପରେ ନିଷ୍ପତ୍ତି ନିଆଯିବ । ଅଗଷ୍ଟ ୧୭ ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

 

ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ ବିନା ମୂଲ୍ୟରେ ଦ୍ରବ୍ୟ ଏବଂ ସେବା ଯୋଗାଇଦେବା ଏକ ଗୁରତ୍ତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏହି ଅର୍ଥ ଭିତ୍ତିଭୂମି ବିକାଶ ପାଇଁ ଖର୍ଚ୍ଚ ହେବା ଉଚିତ। ଟଙ୍କା ନଷ୍ଟ କରିବା ଏବଂ ଲୋକଙ୍କ ମଙ୍ଗଳ ପାଇଁ କାମ କରିବା ମଧ୍ୟରେ ସନ୍ତୁଳନ ରହିବା ଜରୁରୀ। ସୁପ୍ରିମକୋର୍ଟ ସମସ୍ତ ପକ୍ଷଙ୍କୁ ଏହି ପ୍ରସଙ୍ଗରେ ନିଜର ମତାମତ ଦେବାକୁ କହିଛନ୍ତି।

ଆମ ଆଦମୀ ପାର୍ଟିର ଆଇନଜୀବୀ ଅଭିଷେକ ମନୁ ସିଂଘଭି ଏହି ପ୍ରସଙ୍ଗରେ ଏକ ବିଶେଷଜ୍ଞ କମିଟି ଗଠନକୁ ଅନାବଶ୍ୟକ ବୋଲି କହିଛନ୍ତି। କଲ୍ୟାଣ ଯୋଜନା ଏବଂ ମାଗଣାରେ ଜିନିଷ ଦେବା ମଧ୍ୟରେ ପାର୍ଥକ୍ୟ ଅଛି ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri