Posted inଜାତୀୟ

ନିଲାମ ହେବ ମୋଦିଙ୍କୁ ମିଳିଥିବା ଉପହାର

ନୂଆଦିଲ୍ଲୀ,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଥିବା ୧,୨୦୦ରୁ ଊର୍ଦ୍ଧ୍ୱ ଉପହାରକୁ ନିଲାମ କରାଯିବ। ମୋଦିଙ୍କ ଉପହାର ଇ-ଅକ୍ସନର ଚତୁର୍ଥ ସଂସ୍କରଣ ପ୍ରକ୍ରିୟା ଆସନ୍ତା ୧୭ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବ। ଏହି ଅର୍ଥ ନମାମୀ ଗଙ୍ଗେ ମିଶନରେ ବ୍ୟୟ ହେବ। ଓ୍ବେବ୍‌ ପୋର୍ଟାଲ pmmementos.gov. ଜରିଆରେ ନିଲାମ ପ୍ରକ୍ରିୟା ହେବ ବୋଲି ନ୍ୟାଶନାଲ ଗ୍ୟାଲେରି ଅଫ୍‌ ମଡର୍ନ ଆର୍ଟର ମହାନିର୍ଦ୍ଦେଶକ ଅଦ୍ୱୈତ ଗଡ଼ନାୟକ କହିଛନ୍ତି। ଉପହାରର ମୂଲ୍ୟ ୧୦୦ରୁ ଆରମ୍ଭ କରି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଛି। ଉପହାର ମଧ୍ୟରେ ରହିଛି ବିଭିନ୍ନ ଦେବଦେବୀଙ୍କ ପ୍ରତିମୂର୍ତ୍ତି, ପେଣ୍ଟିଂ, ହସ୍ତଶିଳ୍ପ, ମେଡାଲ ଜିତିଥିବା କ୍ରୀଡ଼ାବିତ୍‌ଙ୍କ ଟି-ଶର୍ଟ, ବକ୍ସିଂ ଗ୍ଲୋଭ୍ସ, ଜାଭେଲିନ୍‌ ଇତ୍ୟାଦି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri