Posted inଜାତୀୟ

ଟିଏମସି ଏମପି ମହୁଆ ମୋଇତ୍ରଙ୍କ ବଢିଲା ଅଡୁଆ

ନୂଆଦିଲ୍ଲୀ,୨୦।୧୦: ବ୍ୟବସାୟୀ ଦର୍ଶନ ହୀରାନନ୍ଦାନି ତୃଣମୂଳ କଂଗ୍ରେସ ଏମପି ମହୁଆ ମୋଇତ୍ରାଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଦନାମ କରିବା ପାଇଁ ଟିଏମସି ଏମପି ଶିଳ୍ପପତି ଗୌତମ ଆଦାନୀଙ୍କୁ ଟାର୍ଗେଟ କରିଛନ୍ତି ବୋଲି ହୀରାନନ୍ଦାନି କହିଛନ୍ତି। ହୀରାନନ୍ଦାନି ଅଭିଯୋଗ କରିଛନ୍ତି, ସଂସଦରେ ଆଦାନୀ ଗ୍ରୁପକୁ ନେଇ ପ୍ରଶ୍ନ ପଚାରିବା ପାଇଁ ସାଂସଦ ମହୁଆ ମୈତ୍ର, ବ୍ୟବସାୟୀ ହୀରାନନ୍ଦନୀଙ୍କ ଠାରୁ ଅର୍ଥ ଗ୍ରହଣ କରିଛନ୍ତି । ତେବେ ଲୋକସଭା ଏଥିକ୍ସ କମିଟି ନିକଟରେ ପହଁଚିଛି ବ୍ୟବସାୟୀ ଦର୍ଶନ ହୀରାନନ୍ଦାନୀଙ୍କ ଆଫିଡେଫିଟ । ବିଜେପି ସାଂସଦ ନିଶିକାନ୍ତ ଦୁବେ ଏବଂ ସୁପ୍ରିମକୋର୍ଟ ଓକିଲ ଜୟ ଅନନ୍ତ ଦେହଦ୍ରାଇଙ୍କ ବୟାନ ଶୁଣିବା ପରେ ଆସନ୍ତା ଅକ୍ଟୋବର ୨୬ରେ ସାଂସଦ ମହୁଆ ମୋଇତ୍ରଙ୍କୁ ସମନ କରାଯିବ କି ନାହିଁ ସେ ନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛି ଲୋକସଭା ଏଥିକ୍ସ କମିଟି ।
ମୋଇତ୍ର ସଂସଦରେ ପ୍ରଶ୍ନ ପଚାରିବାକୁ ଲାଞ୍ଚ ନେବା ଅଭିଯୋଗରେ ଏବେ ଅଡୁଆ ଭିତରକୁ ଟାଣି ହୋଇଛନ୍ତି ।

ମାମଲାର ତଦନ୍ତ କରୁଥିବା ଲୋକସଭା ଏଥିକ୍ସ କମିଟି ପାଖରେ ବ୍ୟବସାୟୀ ଦର୍ଶନ ହୀରାନନ୍ଦାନୀଙ୍କ ସତ୍ୟପାଠ ପହଞ୍ଚିଛି। ଭାଜପା ଏମପି ନିଶିକାନ୍ତ ଦୁବେ ଅଭିଯୋଗ କରିଛନ୍ତି ଯେ, ସଂସଦରେ ପ୍ରଶ୍ନ ପଚାରିବା ପାଇଁ ମହୁଆ ବ୍ୟବସାୟୀ ହୀରାନନ୍ଦାନୀଙ୍କ ଠାରୁ ଅର୍ଥ ନେଇଛନ୍ତି । ଏପରିକି ମହୁଆ ହୀରାନନ୍ଦାନୀଙ୍କୁ ତାଙ୍କ ଲୋକସଭା ୱେବସାଇଟର ଆଇଡି ଓ ପାସୱାର୍ଡ ଦେଇଥିବା ଭାଜପା ଏମପି ଅଭିଯୋଗ କରିଛନ୍ତି । କୌଣସି ବ୍ୟକ୍ତିଙ୍କୁ ଲୋକସଭା ୱେବସାଇଟର ଲଗ ଇନ ଆଇଡି ଓ ପାସୱାର୍ଡ ଦେବା ଏକ ଅପରାଧ ବୋଲି ଏଥିକ୍ସ କମିଟିର ମୁଖ୍ୟ ବିନୋଦ ସୋନକର କହିଛନ୍ତି। ଆବଶ୍ୟକ ପଡ଼ିଲେ ମହୁଆଙ୍କୁ ପଚରାଉଚରା କରାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?