Posted inଜାତୀୟ

ଡାକ୍ତରଙ୍କୁ ପ୍ରଦାନ କରାଯାଉଥିବା ଉପହାରକୁ ଆୟକର ରିହାତିରେ ଅନ୍ତର୍ଭୁକ୍ତ କରାଯାଇ ପାରିବ ନାହିଁ …

ନୂଆଦିଲ୍ଲୀ, ୨୨।୨ : ବିଭିନ୍ନ ଫାର୍ମା କମ୍ପାନୀଗୁଡ଼ିକ ପକ୍ଷରୁ ଡାକ୍ତରଙ୍କୁ ପ୍ରଦାନ କରାଯାଉଥିବା ଉପହାରକୁ ଆୟକର ରିହାତିରେ ଅନ୍ତର୍ଭୁକ୍ତ କରାଯାଇ ପାରିବ ନାହିଁ। ଏସମ୍ପର୍କରେ ଫାର୍ମା କମ୍ପାନୀଙ୍କ ପକ୍ଷରୁ କୌଣସି ଦାବି ମଧ୍ୟ ଉପସ୍ଥାପନ କରିହେବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଆୟକର କମ୍ପାନୀଙ୍କ ଦ୍ୱାରା ଡାକ୍ତରଙ୍କୁ ପ୍ରଦାନ କରାଯାଉଥିବା ଉପହାର ପ୍ରଦାନ କାର୍ଯ୍ୟକୁ ଆଇନ ପ୍ରଣୟନ ଦ୍ୱାରା ବନ୍ଦ କରାଯିବା ଆବଶ୍ୟକ।

ତେବେ ଏହାକୁ ନେଇ ଫାର୍ମ କମ୍ପାନୀଗୁଡ଼ିକ ଆୟକର ଧାରା ୩୭-୧ ଅନ୍ତର୍ଗତ ଆୟକର ରିହାତି ଦାବି କରିପାରିବେ ନାହିଁ। ଏକ ମାମଲାର ବିଚାର କରି ବିଚାରପତି ଉଦୟ ରମେଶ ଲଳିତ ଏବଂ ଏସ୍‌. ରବୀନ୍ଦ୍ର ଭଟ୍ଟଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି କହିିଛନ୍ତି।

ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ପକ୍ଷରୁ ଜାରି ହୋଇଥିବା ସର୍କୁଲାର ଅନୁସାରେ ଏହା ସ୍ପଷ୍ଟ ହୋଇଛି ଯେ ଫାର୍ମା ଏବଂ ସହଯୋଗୀ କମ୍ପାନୀଗୁଡ଼ିକ ଦ୍ୱାରା ପ୍ରୋତ୍ସାହନ ବଣ୍ଟନ ପାଇଁ ଡାକ୍ତରମାନଙ୍କ ଲାଗି ହେଉଥିବା ଖର୍ଚ୍ଚ ଆୟକର ଧାରା ୩୭-୧ ଅନ୍ତର୍ଭୁକ୍ତ ନୁହେଁ। ଆପେକ୍ସ ଲାବୋରେଟୋରୀସ ପ୍ରାଇଭେଟ ପାଇଁ ଏନେଇ ଏକ ନୋଟିସ ଜାରି କରାଯାଇଛି। କମ୍ପାନୀ ପକ୍ଷରୁ ୪,୭୨,୯୧,୧୫୯ ଟଙ୍କାର ଖର୍ଚ୍ଚ କାହିଁକି ଆତିଥ୍ୟ, ସମ୍ମିଳନୀ ଫି, ସୁନା ମୁଦ୍ରା, ଏଲସିଡ଼ି ଟିଭି, ଫ୍ରିଜ, ଲାପଟପ ଇତ୍ୟାଦି ଉପହାର ଦେବା ପାଇଁ ଖର୍ଚ୍ଚ ହୋଇଛି ତାହା ବ୍ୟାଖ୍ୟା କରିବାକୁ କୁହାଯାଇଛି। ସ୍ବାସ୍ଥ୍ୟ ସପ୍ଲିମେଣ୍ଟ ‘ଜିନକୋଭିଟ’ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଡାକ୍ତରମାନଙ୍କ ପାଇଁ ହୋଇଥିବା ଖର୍ଚ୍ଚକୁ ମୋଟ ଆୟରେ ଯୋଗ କରାଯିବା ଅନୁଚିତ ବୋଲି ସିବିଡିଟି ପକ୍ଷରୁ କୁହାଯାଇଛି।

ଡାକ୍ତରଙ୍କୁ ପ୍ରଦାନ କରାଯାଉଥିବା ଉପହାର ଅପରାଧ ଶ୍ରେଣୀଭୁକ୍ତ ହୋଇନପାରେ। ଏନେଇ ଆଇନ ଦ୍ୱାରା ନିଷିଦ୍ଧ ଶବ୍ଦ ବ୍ୟବହାର କରା ଯାଇପାରେ ବୋଲି ଖଣ୍ଡପୀଠଙ୍କ ପକ୍ଷରୁ କୁହାଯାଇଛିି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri