ଗିଲ୍‌ଗିଟ୍‌-ବଲ୍ଟିସ୍ତାନକୁ ମିଳିବ ଅସ୍ଥାୟୀ ପ୍ରଦେଶ ମାନ୍ୟତା

ଇସ୍‌ଲାମାବାଦ, ୨।୮(ପି.ଟି.): ଗିଲ୍‌ଗିଟ୍‌-ବଲ୍ଟିସ୍ତାନକୁ ଅସ୍ଥାୟୀ ଭାବେ ପ୍ରାଦେଶିକ ମାନ୍ୟତା ପ୍ରଦାନ ଲାଗି ପାକିସ୍ତାନ କର୍ତ୍ତୃପକ୍ଷ ଆଇନ ଆଣୁଥିବା ଏକ ଗଣମାଧ୍ୟମ ରିପୋର୍ଟରୁ ଜଣାପଡ଼ିଛି। ସମ୍ପୂର୍ଣ୍ଣ ଆଇନଗତ ଓ ଅପରିବର୍ତ୍ତିତ ପରିଗ୍ରହଣ ଅନୁଯାୟୀ ଜମ୍ମୁ-କଶ୍ମୀର, ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ସମେତ ଗିଲ୍‌ଗିଟ୍‌ ଏବଂ ବଲ୍ଟିସ୍ତାନ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ନୂଆଦିଲ୍ଲୀ ପାକିସ୍ତାନକୁ ସ୍ପଷ୍ଟ ଭାବେ ଜଣାଇଦେଇଛି। ବେଆଇନ ଏବଂ ବଳପୂର୍ବକ ଦଖଲ କରାଯାଇଥିବା ଅଞ୍ଚଳ ଉପରେ ପାକ୍‌ ସରକାର କିମ୍ବା ଏହାର ନ୍ୟାୟପାଳିକାର କୌଣସି ଅଧିକାର ନାହିଁ ବୋଲି ଭାରତ କହିଆସିଛି।
ପାକିସ୍ତାନ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ଆଣିଥିବା ପ୍ରସ୍ତାବିତ ଆଇନ ଅନୁଯାୟୀ ଗିଲ୍‌ଗିଟ୍‌-ବଲ୍ଟିସ୍ତାନର ସୁପ୍ରିମ୍‌ ଆପିଲେଟ କୋର୍ଟକୁ ଉଚ୍ଛେଦ କରାଯିବା ସହ ଉକ୍ତ ଅଞ୍ଚଳର ନିର୍ବାଚନ କମିଶନକୁ ପାକିସ୍ତାନର ନିର୍ବାଚନ କମିଶନଙ୍କ ସହ ମିଶାଇ ଦିଆଯାଇପାରେ। ଏହି ୨୬ତମ ସମ୍ବିଧାନ ସଂଶୋଧନ ବିଲ୍‌ର ଚିଠା ପ୍ରସ୍ତୁତ କରାଯାଇ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ପାଖକୁ ପଠାଯାଇଥିବା ଆଇନ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି। ଆଇନ ପ୍ରସ୍ତୁତ କରିବାକୁ ଇମ୍ରାନ ଗତ ମାସରେ ଆଇନମନ୍ତ୍ରୀ ବାରିଷ୍ଟର ଫାରୋଗ ନସୀମଙ୍କୁ କହିଥିଲେ। ପ୍ରସ୍ତାବିତ ସମ୍ବିଧାନ ସଂଶୋଧନ ସମ୍ପର୍କରେ ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ଏବଂ ପାକ୍‌ ଅଧିକୃତ କଶ୍ମୀର ସରକାରଙ୍କ ପରାମର୍ଶ ନିଆଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri