Posted inଖେଳ

ଗାଭାସ୍କରଙ୍କ ରେକର୍ଡ ଭାଙ୍ଗିଲେ ଗିଲ୍‌

ବର୍ମିଂହାମ,୩ା୭(ପି.ଟି.): ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ଭାରତର ଅଧିନାୟକ ଶୁବମନ ଗିଲ୍‌ ଦ୍ୱିଶତକୀୟ ମାରାଥନ ପାଳି ଖେଳିଛନ୍ତି। ଏହି ଇନିଂସ ଅବସରରେ ସେ ଭାରତୀୟ ବ୍ୟାଟର ଭାବେ ଇଂଲଣ୍ଡ ମାଟିରେ ସର୍ବାଧିକ ରନ କରିବାର ରେକର୍ଡ ନିଜ ନାମରେ କରିଛନ୍ତି। ଏଥିପୂର୍ବରୁ ଏହି ରେକର୍ଡ ଭାରତର କିମ୍ବଦନ୍ତୀ ବ୍ୟାଟର ସୁନୀଲ ଗାଭାସ୍କରଙ୍କ ନାମରେ ଥିଲା। ସେ ୧୯୭୯ରେ ଦି ଓଭାଲଠାରେ ୨୨୧ ରନର ଇନିଂସ ଖେଳିଥିଲେ। ଇଂଲଣ୍ଡ ମାଟିରେ ଦ୍ୱିଶତକ କରିଥିବା ଭାରତୀୟ ବ୍ୟାଟରଙ୍କ ମଧ୍ୟରେ ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ୍‌ ମଧ୍ୟ ରହିଛନ୍ତି। ସେ ୨୦୦୨ରେ ଦି ଓଭାଲଠାରେ ୨୧୭ ରନର ପାଳି ଖେଳିଥିଲେ। ତେବେ ଗିଲ୍‌ ପଞ୍ଚମ ଭାରତୀୟ ଅଧିନାୟକ ଭାବେ ଟେଷ୍ଟରେ ଦ୍ୱିଶତକ ହାସଲ କରିଛନ୍ତି। ଏହି ତାଲିକାରେ ମାକ ପଟୌଦି, ସୁନୀଲ ଗାଭାସ୍କର, ସଚିନ ତେନ୍ଦୁଲକର ଓ ମହେନ୍ଦ୍ର ସିଂ ଧୋନୀଙ୍କ ନାମ ରହିଛି।

ଏତଦ୍‌ ବ୍ୟତୀତ ଗିଲ୍‌ ପ୍ରଥମ ଭାରତ ତଥା ପ୍ରଥମ ଏସିଆନ ଅଧିନାୟକ ଭାବେ ଇଂଲଣ୍ଡ ମାଟିରେ ଟେଷ୍ଟରେ ଦ୍ୱିଶତକ ହାସଲ କରିଛନ୍ତି। ଏଥିପୂର୍ବରୁ ଏସିଆନ ଅଧିନାୟକ ଭାବେ ଇଂଲଣ୍ଡରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବାର ରେକର୍ଡ ଶ୍ରୀଲଙ୍କାର ତିଲକରତ୍ନେ ଦିଲଶାନଙ୍କ ନାମରେ ଥିଲା। ସେ ୨୦୧୧ରେ ଲଡର୍‌ସଠାରେ ୧୯୩ ରନର ଇନିଂସ ଖେଳିଥିଲେ। ଭାରତୀୟ ଅଧିନାୟକଙ୍କ ମଧ୍ୟରେ ମହମ୍ମଦ ଆଝାରୁଦ୍ଦିନଙ୍କ ନାମରେ ସର୍ବାଧିକ ରନର କରିବାର ରେକର୍ଡ ଥିଲା। ସେ ୧୯୯୦ରେ ମାଞ୍ଚେଷ୍ଟର ୧୭୯ ରନର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri