Posted inଖେଳ

ଗିଲ୍‌, କିଶନଙ୍କୁ କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌

ଦୁବାଇ,୧୦ା୮(ପି.ଟି.): ଆଇସିସି ପକ୍ଷରୁ ଦିନିକିଆ ର଼୍ୟାଙ୍କିଙ୍ଗ ତାଲିକା ବୁଧବାର ପ୍ରକାଶ ପାଇଥିବା ବେଳେ ଭାରତୀୟ ଓପନିଙ୍ଗ ବ୍ୟାଟର ଶୁବମନ ଗିଲ୍‌ ଓ ଇଶାନ କିଶନଙ୍କୁ ମିଳିଛି କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ। ଗିଲ୍‌ ଦୁଇଟି ସ୍ଥାନ ଉପରକୁ ଉଠି ପଞ୍ଚମ ସ୍ଥାନରେ ପହଞ୍ଚିଛନ୍ତି। ଏହା ସହିତ ୭୪୩ ପଏଣ୍ଟ ହାସଲ କରି ପାକିସ୍ତାନର ବାବର ଆଜମ, ଫଖର ଜମାନ୍‌ ଓ ଇମାମ୍‌ ଉଲ ହକ୍‌ଙ୍କ ପାଖା ପାଖି ପହଞ୍ଚିଛନ୍ତି ଗିଲ୍‌। ବାବର ଆଜମ୍‌ ୧ ନମ୍ବର ସ୍ଥାନରେ ରହିଥିବା ବେଳେ ଜମାନ୍‌ ୭୫୫ ପଏଣ୍ଟ ସହିତ ତୃତୀୟ ଓ ଇମାମ୍‌ ଉଲ୍‌ ହକ୍‌ ୭୪୫ ପଏଣ୍ଟ ସହ ଚତୁର୍ଥ ସ୍ଥାନରେ ରହିଛନ୍ତି। ଅନ୍ୟ ପକ୍ଷରେ ଇଶାନ୍‌ କିଶନ୍‌ ୯ ସ୍ଥାନ ଉପରକୁ ଉଠି ୩୬ ତମ ସ୍ଥାନରେ ପହଞ୍ଚିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ୧୦ସ୍ଥାନ ଉପରକୁ ଉଠି ବ୍ୟାଟରଙ୍କ ତାଲିକାରେ ୭୧ତମ ସ୍ଥାନରେ ପହଞ୍ଚିଛନ୍ତି।
ଦିନିକିଆରେ ବୋଲରଙ୍କ ମଧ୍ୟରେ କୁଲଦୀପ ଯାଦବ ଟପ୍‌-୧୦ରେ ପ୍ରବେଶ କରିଛନ୍ତି। ୭ ଉଇକେଟ ନେଇଥିବା କୁଲଦୀପ ୪ ସ୍ଥାନର ଉନ୍ନତି ସହ ୧୦ ନମ୍ବର ସ୍ଥାନରେ ରହିଛନ୍ତି। ଅନ୍ୟ ପକ୍ଷରେ ସିମର ଶାର୍ଦ୍ଦୂଳ ଠାକୁର ୩ ସ୍ଥାନ ଉପରକୁ ଉଠି ୩୦ ତମ ସ୍ଥାନରେ ପହଞ୍ଚିଛନ୍ତି। ଅଲରାଉଣ୍ଡରଙ୍କ ତାଲିକାରେ ହାର୍ଦ୍ଦିକ ପାଣ୍ଡ୍ୟା ୧୧ତମ ସ୍ଥାନରେ ପହଞ୍ଚିଛନ୍ତି। ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ପଦାର୍ପଣ କରିଥିବା ତିଳକ ବର୍ମା ଟି୨୦ ବ୍ୟାଟରଙ୍କ ମଧ୍ୟରେ ୪୬ତମ ସ୍ଥାନ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri