ଧର୍ମଶାଳା, ୨୩ା୧୦ (ପି.ଟି.): ଭାରତୀୟ ଓପନର ଶୁବମନ ଗିଲ୍ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୨୦୦୦ ରନ ପୂରଣ କରିବାରେ ଦ୍ରୁତତମ ଖେଳାଳି ହୋଇଛନ୍ତି। ଏଠାରେ ରବିବାର ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ୍ ମ୍ୟାଚ ବେଳେ ସେ ଏହି ସଫଳତା ହାସଲ କରିଛନ୍ତି। ଗିଲ୍ ୩୮ ଇନିଂସରେ ଏହି ମାଇଲଖୁଣ୍ଟରେ ପହଞ୍ଚତ୍ଛନ୍ତି। ଏହାଦ୍ୱାରା ସେ ଦକ୍ଷିଣ ଆଫ୍ରିକାର ହାଶିମ ଅମ୍ଲାଙ୍କ ରେକର୍ଡକୁ ଭଙ୍ଗ କରିଦେଇଛନ୍ତି। ଅମ୍ଲା ଅନ୍ତର୍ଜାତୀୟ ଦିନିକିଆରେ ୨୦୦୦ ରନ ପୂରଣ କରିବା ଲାଗି ୪୦ଟି ଇନିଂସ ନେଇଥିଲେ। ୨୪ ବର୍ଷୀୟ ଭାରତୀୟ ବାଂଲାଦେଶ ବିପକ୍ଷରେ ତାଙ୍କ ପୂର୍ବ ମ୍ୟାଚରେ ୫୩ ରନ ସ୍କୋର କରିଥିଲେ। ଏହି ମାଇଲଖୁଣ୍ଟରେ ପହଞ୍ଚତ୍ବା ଲାଗି ସେତେବେଳ ତାଙ୍କର ୧୪ ରନ ଦରକାର ପଡୁଥିଲା। ରବିବାର ଭାରତୀୟ ରନ୍ ଚେଜ୍ ବେଳେ ୭ମ ଓଭରରେ ଟ୍ରେଣ୍ଟ ବୋଲ୍ଟଙ୍କ ବଲ୍ରେ ଏକ ଚୌକା ମାରି ଏହି ସଫଳତା ହାସଲ କରିଥିଲେ। ଗିଲ୍ ୧୪ତମ ଓଭରରେ ଲୋକି ଫର୍ଗୁସନଙ୍କ ବଲ୍ରେ ଆଉଟ ହେବା ପୂର୍ବରୁ ୩୧ ବଲ୍ରେ ୨୬ ରନ ସଂଗ୍ରହ କରିଥିଲେ। ଅମ୍ଲା ୨୦୧୧ ଜାନୁୟାରୀ ୨୧ରେ ପୋଟଁ ଏଲିଜାବେଥସ୍ଥି ସେଣ୍ଟ ଜର୍ଜ ପାର୍କଠାରେ ଦକ୍ଷିଣ ଆଫ୍ରିକାର ଭାରତ ବିପକ୍ଷ ମ୍ୟାଚ ବେଳେ ରେକର୍ଡ ପ୍ରତିଷ୍ଠା କରିଥିଲେ। ସୂଚନାଯୋଗ୍ୟ, ଗିଲ୍ ଡେଙ୍ଗୁରେ ପୀଡ଼ିତ ହେବାରୁ ସେ ଅଷ୍ଟ୍ରେଲିଆ ଓ ଆଫଗାନିସ୍ତାନ ବିପକ୍ଷ ଭାରତର ପ୍ରଥମ ଦୁଇ ବିଶ୍ୱକପ୍ ମ୍ୟାଚ ଖେଳି ନ ଥିଲେ। ପରେ ସେ ପାକିସ୍ତାନ ବିପକ୍ଷ ମ୍ୟାଚରେ ଭାରତୀୟ ଦଳକୁ ଫେରିଥିଲେ। ଏହି ମ୍ୟାଚରେ ସେ ୧୬ ରନ କରିଥିଲେ।
ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…
ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…
ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…
ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…
ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ
ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…
ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ
ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…
ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ
ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…
ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ
ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…
ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର
ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…
ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ
ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…
Archives

