Posted inଖେଳ

ରେକର୍ଡ ବର୍ଷା କଲେ ଗିଲ୍‌

ଅହମ୍ମଦାବାଦ,୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୧୬୮ ରନରେ ପରାସ୍ତ କରିଛି। ଟି-୨୦ରେ ନ୍ୟୁଜିଲାଣ୍ଡ ଉପରେ ଟିମ ଇଣ୍ଡିଆର ଏହା ହେଉଛି ସବୁଠାରୁ ବଡ ବିଜୟ। ଏହି ବିଜୟରେ ଶୁବମନ ଗିଲଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିଲା। ସେ ୬୩ଟି ବଲରେ ୧୨୬ ରନ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ୧୨ ଚୌକା ଓ ୭ ଛକା ମାରିଥିଲେ। ଶୁବମନଙ୍କ ଷ୍ଟ୍ରାଇକ ରେଟ୍‌ ୨୦୦ ଥିଲା।
ଏହି ଇନିଂସ ସହ ଶୁବମନ ଅନେକ ରେକର୍ଡ ମଧ୍ୟ କରିଥିଲେ। ସେ ଅନ୍ତର୍ଜାତୀୟ ଟି-୨୦ରେ ଶତକ ହାସଲ କରିଥିବା ସର୍ବକନିଷ୍ଠ ଭାରତୀୟ ବ୍ୟାଟ୍ସମ୍ୟାନ ହୋଇଥିଲେ। ସେ ୨୩ ବର୍ଷ ୧୪୬ ଦିନ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଏକ ଶତକ ହାସଲ କରିଥିଲେ। ଏହାପୂର୍ବରୁ ଏହି ରେକର୍ଡ ସୁରେଶ ରାଇନାଙ୍କ ନାମରେ ଥିଲା। ରାଇନା ଦକ୍ଷିଣ ଆଫ୍ରିକା ବିପକ୍ଷରେ ୨୦୧୦ରେ ୨୩ ବର୍ଷ ୧୫୬ ଦିନ ବୟସରେ ଟି-୨୦ରେ ଶତକ ହାସଲ କରିଥିଲେ। ଏହି ତାଲିକାରେ କେଏଲ ରାହୁଲ ତୃତୀୟ ସ୍ଥାନରେ ଅଛନ୍ତି। ରାହୁଲ ୱେଷ୍ଟଇଣ୍ଡିଜ ବିପକ୍ଷରେ ୨୦୧୬ରେ ୨୪ ବର୍ଷ ୧୩୧ ଦିନ ବୟସରେ ଏକ ଶତକ ହାସଲ କରିଥିଲେ।
ଶୁବମନ ବିଶ୍ୱର ସପ୍ତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି-୨୦ରେ ଭାରତ ପାଇଁ ଶତକ ହାସଲ କରିଛନ୍ତି। ତାଙ୍କ ପୂର୍ବରୁ ସୁରେଶ ରାଇନା, ରୋହିତ ଶର୍ମା, କେ.ଏଲ ରାହୁଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ ଏବଂ ଦୀପକ ହୁଡା ଏହା କରିଛନ୍ତି। ଏଥି ସହିତ ସେ ଭାରତର ପଞ୍ଚମ ବ୍ୟାଟ୍ସମ୍ୟାନ ଯିଏ ତିନୋଟି ଫର୍ମାଟରେ ଶତକ ହାସଲ କରିଛନ୍ତି। ତାଙ୍କ ପୂର୍ବରୁ ରାଇନା, ରୋହିତ, ରାହୁଲ ଏବଂ କୋହଲି ଏହା କରିଛନ୍ତି। ମୋଟ ଉପରେ ଏହା ଶୁବମନଙ୍କ ପଞ୍ଚମ ଅନ୍ତର୍ଜାତୀୟ ଶତକ ଥିଲା।
ଶୁବମନ ଚତୁର୍ଥ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି-୨୦ରେ ଶତକ ହାସଲ କରିବା ସହ ଦିନିକିଆରେ ଦ୍ୱିଶତକ ହାସଲ କରିଛନ୍ତି। ତାଙ୍କ ପୂର୍ବରୁ ରୋହିତ ଶର୍ମା, ନ୍ୟୁଜିଲାଣ୍ଡର ମାର୍ଟିନ ଗୁପ୍ତିଲ ଏବଂ ୱେଷ୍ଟଇଣ୍ଡିଜର କ୍ରିସ ଗେଲ ଏହା କରିଛନ୍ତି। ଶୁବମନ ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆରେ ଏକ ଦ୍ୱିଶତକ ଏବଂ ଏକ ଟି-୨୦ ଶତକ ହାସଲ କରିଥିଲେ।
ଅନ୍ତର୍ଜାତୀୟ ଟି-୨୦ରେ ଭାରତ ପାଇଁ ଶୁବମାନଙ୍କ ଅପରାଜିତ ୧୨୬ ସର୍ବାଧିକ ବ୍ୟକ୍ତିଗତ ସ୍କୋର। ଏହାପୂର୍ବରୁ ଏହି ରେକର୍ଡ ବିରାଟ କୋହଲିଙ୍କ ନାମରେ ଥିଲା। ସେ ଗତ ବର୍ଷ ଦୁବାଇରେ ଆଫଗାନିସ୍ତାନ ବିପକ୍ଷରେ ଅପରାଜିତ ୧୨୨ ସ୍କୋର କରିଥିଲେ। ଏଥି ସହିତ ରୋହିତ ୧୧୮ ରନ ସହ ତୃତୀୟ ସ୍ଥାନରେ ଅଛନ୍ତି। ଘରୋଇ ଏବଂ ଅନ୍ତର୍ଜାତୀୟ କ୍ରିକେଟକୁ ମିଶାଇ ଅନ୍ତର୍ଜାତାୟ ଟି-୨୦ ଫର୍ମାଟରେ ଶୁବମନଙ୍କ ସର୍ବାଧିକ ବ୍ୟକ୍ତିଗତ ସ୍କୋର। ସେ ୨୦୨୨ରେ କର୍ନାଟକ ବିପକ୍ଷରେ ପଞ୍ଜାବରୁ ଖେଳୁଥିବା ଟି-୨୦ରେ ମାତ୍ର ୧୨୬ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri