Posted inଖେଳ

ରେକର୍ଡ ବର୍ଷା କଲେ ଗିଲ୍‌

ଅହମ୍ମଦାବାଦ,୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୧୬୮ ରନରେ ପରାସ୍ତ କରିଛି। ଟି-୨୦ରେ ନ୍ୟୁଜିଲାଣ୍ଡ ଉପରେ ଟିମ ଇଣ୍ଡିଆର ଏହା ହେଉଛି ସବୁଠାରୁ ବଡ ବିଜୟ। ଏହି ବିଜୟରେ ଶୁବମନ ଗିଲଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିଲା। ସେ ୬୩ଟି ବଲରେ ୧୨୬ ରନ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ୧୨ ଚୌକା ଓ ୭ ଛକା ମାରିଥିଲେ। ଶୁବମନଙ୍କ ଷ୍ଟ୍ରାଇକ ରେଟ୍‌ ୨୦୦ ଥିଲା।
ଏହି ଇନିଂସ ସହ ଶୁବମନ ଅନେକ ରେକର୍ଡ ମଧ୍ୟ କରିଥିଲେ। ସେ ଅନ୍ତର୍ଜାତୀୟ ଟି-୨୦ରେ ଶତକ ହାସଲ କରିଥିବା ସର୍ବକନିଷ୍ଠ ଭାରତୀୟ ବ୍ୟାଟ୍ସମ୍ୟାନ ହୋଇଥିଲେ। ସେ ୨୩ ବର୍ଷ ୧୪୬ ଦିନ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଏକ ଶତକ ହାସଲ କରିଥିଲେ। ଏହାପୂର୍ବରୁ ଏହି ରେକର୍ଡ ସୁରେଶ ରାଇନାଙ୍କ ନାମରେ ଥିଲା। ରାଇନା ଦକ୍ଷିଣ ଆଫ୍ରିକା ବିପକ୍ଷରେ ୨୦୧୦ରେ ୨୩ ବର୍ଷ ୧୫୬ ଦିନ ବୟସରେ ଟି-୨୦ରେ ଶତକ ହାସଲ କରିଥିଲେ। ଏହି ତାଲିକାରେ କେଏଲ ରାହୁଲ ତୃତୀୟ ସ୍ଥାନରେ ଅଛନ୍ତି। ରାହୁଲ ୱେଷ୍ଟଇଣ୍ଡିଜ ବିପକ୍ଷରେ ୨୦୧୬ରେ ୨୪ ବର୍ଷ ୧୩୧ ଦିନ ବୟସରେ ଏକ ଶତକ ହାସଲ କରିଥିଲେ।
ଶୁବମନ ବିଶ୍ୱର ସପ୍ତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି-୨୦ରେ ଭାରତ ପାଇଁ ଶତକ ହାସଲ କରିଛନ୍ତି। ତାଙ୍କ ପୂର୍ବରୁ ସୁରେଶ ରାଇନା, ରୋହିତ ଶର୍ମା, କେ.ଏଲ ରାହୁଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ ଏବଂ ଦୀପକ ହୁଡା ଏହା କରିଛନ୍ତି। ଏଥି ସହିତ ସେ ଭାରତର ପଞ୍ଚମ ବ୍ୟାଟ୍ସମ୍ୟାନ ଯିଏ ତିନୋଟି ଫର୍ମାଟରେ ଶତକ ହାସଲ କରିଛନ୍ତି। ତାଙ୍କ ପୂର୍ବରୁ ରାଇନା, ରୋହିତ, ରାହୁଲ ଏବଂ କୋହଲି ଏହା କରିଛନ୍ତି। ମୋଟ ଉପରେ ଏହା ଶୁବମନଙ୍କ ପଞ୍ଚମ ଅନ୍ତର୍ଜାତୀୟ ଶତକ ଥିଲା।
ଶୁବମନ ଚତୁର୍ଥ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି-୨୦ରେ ଶତକ ହାସଲ କରିବା ସହ ଦିନିକିଆରେ ଦ୍ୱିଶତକ ହାସଲ କରିଛନ୍ତି। ତାଙ୍କ ପୂର୍ବରୁ ରୋହିତ ଶର୍ମା, ନ୍ୟୁଜିଲାଣ୍ଡର ମାର୍ଟିନ ଗୁପ୍ତିଲ ଏବଂ ୱେଷ୍ଟଇଣ୍ଡିଜର କ୍ରିସ ଗେଲ ଏହା କରିଛନ୍ତି। ଶୁବମନ ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆରେ ଏକ ଦ୍ୱିଶତକ ଏବଂ ଏକ ଟି-୨୦ ଶତକ ହାସଲ କରିଥିଲେ।
ଅନ୍ତର୍ଜାତୀୟ ଟି-୨୦ରେ ଭାରତ ପାଇଁ ଶୁବମାନଙ୍କ ଅପରାଜିତ ୧୨୬ ସର୍ବାଧିକ ବ୍ୟକ୍ତିଗତ ସ୍କୋର। ଏହାପୂର୍ବରୁ ଏହି ରେକର୍ଡ ବିରାଟ କୋହଲିଙ୍କ ନାମରେ ଥିଲା। ସେ ଗତ ବର୍ଷ ଦୁବାଇରେ ଆଫଗାନିସ୍ତାନ ବିପକ୍ଷରେ ଅପରାଜିତ ୧୨୨ ସ୍କୋର କରିଥିଲେ। ଏଥି ସହିତ ରୋହିତ ୧୧୮ ରନ ସହ ତୃତୀୟ ସ୍ଥାନରେ ଅଛନ୍ତି। ଘରୋଇ ଏବଂ ଅନ୍ତର୍ଜାତୀୟ କ୍ରିକେଟକୁ ମିଶାଇ ଅନ୍ତର୍ଜାତାୟ ଟି-୨୦ ଫର୍ମାଟରେ ଶୁବମନଙ୍କ ସର୍ବାଧିକ ବ୍ୟକ୍ତିଗତ ସ୍କୋର। ସେ ୨୦୨୨ରେ କର୍ନାଟକ ବିପକ୍ଷରେ ପଞ୍ଜାବରୁ ଖେଳୁଥିବା ଟି-୨୦ରେ ମାତ୍ର ୧୨୬ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri