Posted inଖେଳ

ନର୍ଭସ ନାଇଣ୍ଟିଜ୍‌ର ଶିକାର ହେଲେ ଗିଲ୍‌

ମୁମ୍ବାଇ,୨।୧୧: ଦିନିକିଆ ବିଶ୍ୱକପ ୨୦୨୩ର ଶ୍ରୀଲଙ୍କା ବିପକ୍ଷ ଏକ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଶୁଭମନ ଗିଲ ମାତ୍ର ୮ ରନ ପାଇଁ ଶତକରୁ ବଞ୍ଚିତ ହୋଇଛନ୍ତି। ସେ ୯୨ ରନ୍‌ରେ ଆଉଟ ହୋଇଥିବା ଗିଲ ପ୍ରଥମ ଥର ପାଇଁ ନର୍ଭସ ନାଇଣ୍ଟିଜ୍‌ର ଶିକାର। ପ୍ରଥମ ଓଭରରେ ୯୦ ରନ ସ୍କୋର ଅତିକ୍ରମ କରିବା ପରେ ଗିଲ ତାଙ୍କ ଶତକ ପୂରଣ କରିପାରି ନ ଥିଲେ।
ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଭାରତୀୟ ଦଳ ପ୍ରଥମ ଓଭରର ଦ୍ୱିତୀୟ ବଲରେ ଅଧିନାୟକ ରୋହିତ ଶର୍ମାଙ୍କ ରୂପରେ ପ୍ରଥମ ଉଇକେଟ ହରାଇଥିଲା। କିନ୍ତୁ ଅଧିନାୟକଙ୍କ ସାଥୀ ଓପନର୍‌ ଶୁଭମନ ଗିଲ କ୍ରିଜରେ ରହିଥିଲେ। ଏହି ସମୟରେ ବିରାଟ କୋହଲି ଗିଲଙ୍କୁ ସମର୍ଥନ କରିଥିଲେ। ଗିଲ ଅର୍ଦ୍ଧଶତକ ପୂରଣ କରିବା ପରେ ବିଶ୍ୱକପର ପ୍ରଥମ ଶତକ ଆଡ଼କୁ ଗତି କରିଥିଲେ। କିନ୍ତୁ ୯୨ ବଲ୍‌ରେ ୯୨ରନ୍‌ରେ ଆଉଟ ହୋଇଥିଲେ। ଏଥିରେ ୧୧ ଚୌକା ଏବଂ ୨ ଛକା ସାମିଲ ଥିଲା। ୩୦ତମ ଓଭରର ଶେଷ ବଲରେ ଶ୍ରୀଲଙ୍କା ପେସର୍‌ ଦିଲଶାନ ମଦୁଶଙ୍କା ତାଙ୍କୂ ପାଭିଲିୟନକୁ ରାସ୍ତା ଦେଖାଇଥିଲେ। ଟୁର୍ଣ୍ଣାମେଣ୍ଟର ପଞ୍ଚମ ଇନିଂସରେ ଏହା ଗିଲଙ୍କ ଦ୍ୱିତୀୟ ଅର୍ଦ୍ଧଶତକ ଥିଲା। ଏହାପୂର୍ବରୁ ସେ ବାଂଲାଦେଶ ବିପକ୍ଷ ମ୍ୟାଚରେ ୫୩ ରନର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?