Posted inଖେଳ

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି।

ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସେ କହିଛନ୍ତି ତାଙ୍କ ୯ ମାସିଆ ସଂକ୍ଷିପ୍ତ କାର୍ଯ୍ୟକାଳ ସମୟରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଅନେକ ପଦକ୍ଷେପକୁ ନେଇ ସେ ନିଜକୁ ଅପମାନିତମନେ କରିଥିଲେ।

ତନ୍ମଧ୍ୟରେ ହାଇପରଫର୍ମାନ୍ସ ରେଡ୍‌-ବଲ୍‌ କୋଚ୍‌ ପଦବୀରୁ ଟିମ୍‌ ନେଲସନଙ୍କୁ ବହିଷ୍କାର କରାଯିବା ଅନ୍ୟତମ। ୨୦୨୪ ଏପ୍ରିଲରେ ପିସିବି ଗିଲେପ୍ସିଙ୍କୁ ରେଡ୍‌-ବଲ୍‌ କ୍ରିକେଟର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ଦେଇଥିଲା।

ସେହିପରି ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଗାରି କର୍ଷ୍ଟେନଙ୍କୁ ହ୍ବାଇଟ୍‌ ବଲ୍‌ ଫର୍ମାଟରେ ସମାନ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ମାତ୍ର ଅକ୍ଟୋବରରେ କୌଣସି କାରଣରୁ କର୍ଷ୍ଟେନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ପ୍ରଦାନ କରିଥିଲେ।

ଡିସେମ୍ବରରେ ୨୦୨୪-୨୫ ଦକ୍ଷିଣ ଆଫ୍ରିକା ଟୁର୍‌ ପୂର୍ବରୁ ନେଲସନଙ୍କର ଆଉ ଆବଶ୍ୟକତା ନାହିଁ ବୋଲି ପିସିବି ତାଙ୍କୁ କହିଥିଲା। ଗିଲେସ୍ପି କହିଛନ୍ତି, ସେ ପାକିସ୍ତାନ ଟେଷ୍ଟ ଦଳର କୋଚିଂ ଦାୟିତ୍ୱରେ ଥିବା ବେଳେ ଜଣେ ମୁଖ୍ୟ କୋଚ୍‌ ଭାବେ ତାଙ୍କ ଅଗଚୋରରେ ପିସିବି ତାଙ୍କ ସିନିୟର ସହକାରୀ କୋଚ୍‌ଙ୍କୁ ବହିଷ୍କାର କରିଥିଲା, ଯାହାକି ଆଦୌ ଗ୍ରହଣୀୟ ନୁହେଁ। ଏହାଛଡ଼ା ଆହୁରି ଅନେକ ପ୍ରସଙ୍ଗରେ ସେ ନିଜକୁ ଅପମାନ ବୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri