କେନ୍ଦ୍ରୀୟ ଯୋଜନା ବୁଝାଇଲେ ଗିରିରାଜ

ଆଠମଲ୍ଲିକ, ୧୫।୪ (ଡି.ଏନ.ଏ.): କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ଶୁକ୍ରବାର ଅନୁଗୋଳ ଜିଲା ଆଠମଲ୍ଲିକ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆଠମଲ୍ଲିକ ବ୍ଲକ ନଅଗାଁ ପଞ୍ଚାୟତର କମଳପୁର ଗଁାରେ ସ୍ବେଚ୍ଛାସେବୀ ସଙ୍ଗଠନ ବ୍ୟାକ୍‌ ଟୁ ଭିଲେଜ ତରଫରୁ ନିର୍ମିତ ବାୟୋ ଫର୍ଟିଲାଇଜର ୟୁନିଟ୍‌କୁ ସିଂହ ଉଦ୍‌ଘାଟନ କରିବା ସହ ସଙ୍ଗଠନର କାର୍ଯ୍ୟକୁ ପ୍ରଶଂସା କରିଥିଲେ। ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପୂର୍ବରୁ କେନ୍ଦ୍ରମନ୍ତ୍ରୀ କୃଷକ ଓ ଦଳୀୟ ସମର୍ଥକମାନଙ୍କ ସହିତ ମତ ବିନିମୟ କରିଥିଲେ। ଏହି ଅବସରରେ ସେ ଭାରତ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିବା ସହ ଚାଷୀମାନେ କିପରି ଅଧିକ ଲାଭବାନ ହୋଇପାରିବେ ସେ ନେଇ ପରାମର୍ଶ ଦେଇଥିଲେ। ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସଙ୍ଗଠନ ବ୍ୟାକ ଟୁ ଭିଲେଜର ମୁଖ୍ୟ ପ୍ରତିଷ୍ଠାତା ମନୀଷ କୁମାର ଓ ପୂଜା ଭାରତୀଙ୍କ ସମେତ ସଙ୍ଗଠନର ସମସ୍ତ କର୍ମକର୍ତ୍ତା, ସହକାରୀ ଜିଲାପାଳ କୁଳମଣି ଦଳେଇ, ଆଠମଲ୍ଲିକ ବିଡିଓ ସୌଭାଗ୍ୟ ବେହେରା, ତହସିଲଦାର ଯଶୋବନ୍ତ ଦେହୁରୀ, ସହକାରୀ ତହସିଲଦାର ପ୍ରଭାତ ରଞ୍ଜନ ବିଶ୍ୱାଳ, ଏମ୍‌ପିଙ୍କ ପ୍ରତିନିଧି ପରେଶ ଚନ୍ଦ୍ର ଦେଓ, ଭାଜପା ଜିଲା ସଭାପତି ଦିଲେଶର ପ୍ରଧାନ, ଜିଲା ସମ୍ପାଦକ ଭବାନୀ ପ୍ରସାଦ ଜ୍ୟୋତିଷରାୟ, ଯୁବନେତା ପିନା ପାଣିଗ୍ରାହୀ ପ୍ରମୁଖ ଯୋଗଦେଇଥିଲେ। ଆଠମଲ୍ଲିକ ଥାନା ଆଇଆଇସି ନିରୋଦ କୁମାର ଦାସଙ୍କ ନେତୃତ୍ୱରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?