ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପାଇଁ ମଧ୍ୟ ଭାରତ ରତ୍ନ ଦାବି କରିଛନ୍ତି। ପୂର୍ବରୁ ଏହି ଦାବି ହେଉଥିଲା ବେଳେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ଏହି ଦାବି ଉଠାଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ବୁଧବାର କହିଛନ୍ତି ଯେ ନୀତୀଶ କୁମାର ଏବଂ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦିଆଯିବା ଉଚିତ।

ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ଗିରିରାଜ ସିଂ କହିଛନ୍ତି, ନବୀନ ପଟ୍ଟନାୟକ ମଧ୍ୟ ଦୀର୍ଘ ବର୍ଷ ଧରି ଓଡିଶାର ସେବା କରିଛନ୍ତି। ‘ନୀତୀଶ କୁମାର ରାଜ୍ୟର ବିକାଶ ପାଇଁ କାର୍ଯ୍ୟ କରିଛନ୍ତି। ଏହିପରି ଲୋକଙ୍କୁ ଭରତ ରତ୍ନ ପରି ପୁରସ୍କାରରେ ସମ୍ମାନିତ କରାଯିବା ଉଚିତ୍। ଏହି ସମୟରେ ଗିରିରାଜ ସିଂ ନୀତୀଶ କୁମାରଙ୍କ ନେତୃତ୍ୱରେ ଆତ୍ମବିଶ୍ୱାସ ପ୍ରକାଶ କରିବା ସହ ତାଙ୍କ ନେତୃତ୍ୱରେ ବିହାରରେ ଏନଡିଏ ସରକାର ଜାରି ରହିବ ବୋଲି କହିଥିଲେ।

ବିହାରରେ ପୁଣିଥରେ ଏନଡିଏ ସରକାର ଗଠନ ହେବ। ଆଜିର ଅନେକ ଯୁବକ ଲାଲୁ ପ୍ରସାଦ ଯାଦବଙ୍କ ଶାସନକୁ ଅନୁଭବ କରିନାହାଁନ୍ତି ବୋଲି ଉଲ୍ଲେଖ କରି ସେ କୁମାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଦୀର୍ଘ କାର୍ୟ୍ୟକାଳ ଉପରେ ଆଲୋକପାତ କରିଥିଲେ। ଏହାପୂର୍ବରୁ ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ତଥା ଜେଡି (ୟୁ) ନେତା ରାଜୀବ ରଂଜନ ସିଂ କହିଛନ୍ତି ଯେ ନୀତୀଶଙ୍କ ନେତୃତ୍ୱରେ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସ (ଏନଡିଏ) ୨୦୨୫ ବିହାର ବିଧାନସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବ।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri