ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପାଇଁ ମଧ୍ୟ ଭାରତ ରତ୍ନ ଦାବି କରିଛନ୍ତି। ପୂର୍ବରୁ ଏହି ଦାବି ହେଉଥିଲା ବେଳେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ଏହି ଦାବି ଉଠାଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ବୁଧବାର କହିଛନ୍ତି ଯେ ନୀତୀଶ କୁମାର ଏବଂ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦିଆଯିବା ଉଚିତ।

ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ଗିରିରାଜ ସିଂ କହିଛନ୍ତି, ନବୀନ ପଟ୍ଟନାୟକ ମଧ୍ୟ ଦୀର୍ଘ ବର୍ଷ ଧରି ଓଡିଶାର ସେବା କରିଛନ୍ତି। ‘ନୀତୀଶ କୁମାର ରାଜ୍ୟର ବିକାଶ ପାଇଁ କାର୍ଯ୍ୟ କରିଛନ୍ତି। ଏହିପରି ଲୋକଙ୍କୁ ଭରତ ରତ୍ନ ପରି ପୁରସ୍କାରରେ ସମ୍ମାନିତ କରାଯିବା ଉଚିତ୍। ଏହି ସମୟରେ ଗିରିରାଜ ସିଂ ନୀତୀଶ କୁମାରଙ୍କ ନେତୃତ୍ୱରେ ଆତ୍ମବିଶ୍ୱାସ ପ୍ରକାଶ କରିବା ସହ ତାଙ୍କ ନେତୃତ୍ୱରେ ବିହାରରେ ଏନଡିଏ ସରକାର ଜାରି ରହିବ ବୋଲି କହିଥିଲେ।

ବିହାରରେ ପୁଣିଥରେ ଏନଡିଏ ସରକାର ଗଠନ ହେବ। ଆଜିର ଅନେକ ଯୁବକ ଲାଲୁ ପ୍ରସାଦ ଯାଦବଙ୍କ ଶାସନକୁ ଅନୁଭବ କରିନାହାଁନ୍ତି ବୋଲି ଉଲ୍ଲେଖ କରି ସେ କୁମାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଦୀର୍ଘ କାର୍ୟ୍ୟକାଳ ଉପରେ ଆଲୋକପାତ କରିଥିଲେ। ଏହାପୂର୍ବରୁ ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ତଥା ଜେଡି (ୟୁ) ନେତା ରାଜୀବ ରଂଜନ ସିଂ କହିଛନ୍ତି ଯେ ନୀତୀଶଙ୍କ ନେତୃତ୍ୱରେ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସ (ଏନଡିଏ) ୨୦୨୫ ବିହାର ବିଧାନସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri