Posted inଜାତୀୟ

ମନରେଗା ନେଇ ରାଜ୍ୟକୁ ଚେତାବନୀ ଦେଲେ ଗିରିରାଜ ସିଂ…

ନୂଆଦିଲ୍ଲୀ,୮।୮ : ମନରେଗା ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଗିରିରାଜ ସିଂ ଦେଶର ରାଜ୍ୟକୁ ଚେତାବନୀ ଦେଇଛନ୍ତି। ରାଜ୍ୟମାନଙ୍କୁ ଏକ ଚିଠି ଲେଖି ସେ କହିଛନ୍ତି ଯେ ମନରେଗା କାର୍ଯ୍ୟକାରୀ କରିବାରେ ସ୍ବଚ୍ଛତା ଏବଂ ଉତ୍ତରଦାୟିତ୍ୱ ନିଶ୍ଚିତ କରାଯିବା ଉଚିତ, ନଚେତ୍‌ ଏନେଇ ରାଜ୍ୟ ସରକାର ଦାୟୀ ରହିବେ।

କଂଗ୍ରେସ ସରକାର ସମୟରେ ମନରେଗାରେ ବହୁ ଦୁର୍ନୀତି ହୋଇଥିବାବେଳେ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ମନରେଗାର ବଜେଟ ବୃଦ୍ଧି ସହିତ ସ୍ବଚ୍ଛତା ବଢ଼ିଛି।
ମନରେଗା ଅଧୀନରେ ଦିଆଯାଉଥିବା ପାଣ୍ଠିର ବ୍ୟବହାର ତଥା ଏହି ସମ୍ପୂର୍ଣ୍ଣ ଯୋଜନା କାର୍ଯ୍ୟକାରୀ କରିବା ଯେପରି ଠିକ ଭାବେ ହେବ ସେ ନେଇ ସେ ଗୁରୁତ୍ୱାରୋପ କରିଛନ୍ତି।

ଇକୋନୋମିକ ଟାଇମ୍ସ ସହିତ ଏକ ବାର୍ତ୍ତାଳାପରେ ସେ କହିଛନ୍ତି ଯେ ଏହା ରାଜ୍ୟମାନଙ୍କ ପାଇଁ ଶେଷ ଚେତାବନୀ । ଯଦି ସେମାନେ ତଥାପି ପ୍ରକ୍ରିୟା ଅନୁସରଣ କରୁନାହାଁନ୍ତି, ତେବେ ଅକ୍ଟୋବରରେ ଆମେ ସେମାନଙ୍କର ଶ୍ରମ ବଜେଟ ସହିତ ମନରେଗା ବଜେଟ ସଂଯୋଗ କରିବାକୁ ବାଧ୍ୟ ହେବୁ ।

ରିପୋର୍ଟ ଅନୁଯାୟୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସମସ୍ତ ରାଜ୍ୟକୁ ଚିଠି ଲେଖି ମନରେଗାର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଏବଂ ଉତ୍ତରଦାୟିତ୍ୱ ସୁନିଶ୍ଚିତ କରିବାକୁ ଏବଂ ପ୍ରକ୍ରିୟା ଅନୁସରଣ କରିବାକୁ ଅନୁରୋଧ କରିଛି। କାର୍ଯ୍ୟର ସାମାଜିକ ଅଡିଟ ପାଇଁ ମନରେଗାରେ କୌଣସି ତୃତୀୟ ପକ୍ଷ କିମ୍ବା ସାମାଜିକ ଅଡିଟ ୟୁନିଟ ର ସ୍ବାଧୀନ ନିର୍ଦ୍ଦେଶକ ଦ୍ୱାରା କରାଯିବାକୁ ଏକ ବ୍ୟବସ୍ଥା ଅଛି। ଜଣେ ସ୍ବାଧୀନ ନିର୍ଦ୍ଦେଶକ ନିଯୁକ୍ତ କରିବାକୁ ଏବଂ ସମସ୍ତ ଗ୍ରାମ ପଞ୍ଚାୟତ ପାଇଁ ସାମାଜିକ ଅଡିଟ କରିବାକୁ ମନ୍ତ୍ରଣାଳୟ ରାଜ୍ୟମାନଙ୍କୁ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri