କୂଅରୁ ମିଳିଲା ଯୁବତୀଙ୍କ ମୃତଦେହ, ଯୁବକ ଅଟକ

ସୋରଡା,୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡଗଡ ଥାନା ସୋରଡା ଆସିକା ଜାତୀୟ ରାଜପଥ ଖରିଗୁମା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବତୀଙ୍କ ମୃତଦେହ ଜବତ କରାଯାଇଛି। ସେ ହେଲେ ଖାରିଗୁଡା ଗ୍ରାମର ରଙ୍କନିଧି ଗଉଡଙ୍କ ଝିଅ ଅଭାବିନୀ ଗଉଡ(୨୦)।

ମିଳିଥିବା ସୂଚନା ମୁତାବକ, ଅଭାବିନୀ ନିଖୋଜ ଥିବା ନେଇ ମାର୍ଚ୍ଚ ୨୯ରେ ବାପା ରଙ୍କନିଧି ଥାନାରେ ଏକ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୧୨୫/୨୦୨୨) ରୁଜୁକରି ତଦନ୍ତ ଆରମ୍ଭ କରିଥିଲା । ଶୁକ୍ରବାର କୂଅରେ ଏକ ମୃତଦେହ ପଡିଥିବା ପୋଲିସକୁ ଖବର ମିଳିଥିଲା। ଏନେଇ ପୋଲିସର ଏକ ଟିମ୍‌ ପହଞ୍ଚି ସ୍ଥାନୀୟ ଦମକଳ ବାହିନୀ ସହାୟତାରେ ମୃତଦେହ ଉଦ୍ଧାର କରିଥିଲା। ଖବର ପାଇ ପରିବାର ଲୋକ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ଯୁବତୀଙ୍କ ମୃତ୍ୟୁକୁ ସନ୍ଦେହ କରି ପୋଲିସ ବରଡାବିଲି ଗ୍ରାମର ଜଣେ ଯୁବକକୁ ଅଟକ ରଖି ପଚରାଉଚରା କରୁଛି। ଏହା ଏକ ପ୍ରେମଜନିତ ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri