କୂଅରୁ ମିଳିଲା ଯୁବତୀଙ୍କ ମୃତଦେହ, ଯୁବକ ଅଟକ

ସୋରଡା,୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡଗଡ ଥାନା ସୋରଡା ଆସିକା ଜାତୀୟ ରାଜପଥ ଖରିଗୁମା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବତୀଙ୍କ ମୃତଦେହ ଜବତ କରାଯାଇଛି। ସେ ହେଲେ ଖାରିଗୁଡା ଗ୍ରାମର ରଙ୍କନିଧି ଗଉଡଙ୍କ ଝିଅ ଅଭାବିନୀ ଗଉଡ(୨୦)।

ମିଳିଥିବା ସୂଚନା ମୁତାବକ, ଅଭାବିନୀ ନିଖୋଜ ଥିବା ନେଇ ମାର୍ଚ୍ଚ ୨୯ରେ ବାପା ରଙ୍କନିଧି ଥାନାରେ ଏକ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୧୨୫/୨୦୨୨) ରୁଜୁକରି ତଦନ୍ତ ଆରମ୍ଭ କରିଥିଲା । ଶୁକ୍ରବାର କୂଅରେ ଏକ ମୃତଦେହ ପଡିଥିବା ପୋଲିସକୁ ଖବର ମିଳିଥିଲା। ଏନେଇ ପୋଲିସର ଏକ ଟିମ୍‌ ପହଞ୍ଚି ସ୍ଥାନୀୟ ଦମକଳ ବାହିନୀ ସହାୟତାରେ ମୃତଦେହ ଉଦ୍ଧାର କରିଥିଲା। ଖବର ପାଇ ପରିବାର ଲୋକ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ଯୁବତୀଙ୍କ ମୃତ୍ୟୁକୁ ସନ୍ଦେହ କରି ପୋଲିସ ବରଡାବିଲି ଗ୍ରାମର ଜଣେ ଯୁବକକୁ ଅଟକ ରଖି ପଚରାଉଚରା କରୁଛି। ଏହା ଏକ ପ୍ରେମଜନିତ ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri