Posted inଜାତୀୟ

ବିନା ହାତ ଥିବା ନବଜାତ ଶିଶୁ: ବାପା କହିଲେ, ମୁଁ ଖୁସି ଅଛି

ଭୋପାଳ,୬।୧୨: ମଧ୍ୟପ୍ରଦେଶର ବଡଓ୍ବାନି ଜିଲାରେ ଏଭଳି ଏକ ଶିଶୁକନ୍ୟା ଜନ୍ମ ହୋଇଛି ଯାହାର ହାତ ନାହିଁ। ଶିଶୁଟି ସୁସ୍ଥ ଥିବା ବେଳେ ତାଙ୍କର ଓଜନ ୨ କିଲୋ ୯୦୦ଗ୍ରାମ୍‌ ରହିଛି। ବଂଶାନୁକ୍ରମ କିମ୍ବା ପ୍ରସବ ସମୟରେ ସଂକ୍ରମଣ ଯୋଗୁ ଏଭଳି ହୋଇଥାଇପାରେ ବୋଲି କୁହାଯାଉଛି। ଏଭଳି ମାମଲା ଲକ୍ଷରେ ଗୋଟିଏ ବୋଲି ଡାକ୍ତର ସୁନୀଲ ସୋଲାଙ୍କି କହିଛନ୍ତି। ଅନ୍ୟପଟେ ଉକ୍ତ ଶିଶୁଟି ଜନ୍ମ ହେବା ପରେ ପରିବାର ଲୋକେ ଖୁସି ଅଛନ୍ତି। ଭଗବାନ ଯାହା ଦେଇଛନ୍ତି, ସେଥିରେ ଆମେ ଖୁସି। ଘରକୁ ମା’ ଲକ୍ଷ୍ମୀ ଆସିଛନ୍ତି ବୋଲି ଶିଶୁଟିର ବାପା ନିତେଶ କହିଛନ୍ତି। ସୂଚନାଯୋଗ୍ୟ, ଡିସେମ୍ବର ୧ରେ ପଲସୁଦ ନିକଟ ଉପଲା ସ୍ବାସ୍ଥ୍ୟ କେନ୍ଦ୍ରରେ ନିତେଶଙ୍କ ସ୍ତ୍ରୀ ଏକ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଥିଲେ। ଜନ୍ମ ହେବା ପରେ ଶିଶୁଟିର ହାତ ନ ଥିବା ଜଣାପଡ଼ିଥିଲା। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି। ଉକ୍ତ ଶିଶୁକୁ ଦେଖିବା ପାଇଁ ଘରେ ଲୋକଙ୍କ ଭିଡ ଜମୁଛି ବୋଲି ନିତେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri