Posted inଫୁରସତ

ବିବାହ କରିବାକୁ ଗୁଜରାଟରୁ ବିହାର ଚାଲିଆସିଲେ ଯୁବତୀ

କୈମୁର, ୩୦।୮: ବିହାରର ଭଭୁଆସ୍ଥିତ ମହିଳା ଥାନା ନିକଟରେ ଥିବା ମହାକୋଟେଶ୍ୱର ମନ୍ଦିରରେ ପୋଲିସ ତତ୍ତ୍ୱାବଧାନରେ ଏକ ପ୍ରେମୀ ଯୁଗଳଙ୍କ ବିବାହ ଅନୁଷ୍ଠିତ ହୋଇଛି। ସୂଚନା ମୁତାବକ ଉଭୟ ଯୁବକ ଓ ଯୁବତୀ ଏକାଠି ଗୁଜରାଟର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ସମୟରେ ଯୁବକଜଣଙ୍କ ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ। ଏହାପରେ ଯୁବତୀଜଣଙ୍କ ଯେତେବେଳେ ବିବାହ ପାଇଁ କହୁଥିଲେ ଯୁବକ ଏହାକୁ ପ୍ରତ୍ୟାଖାନ କରୁଥିଲେ। କିନ୍ତୁ ଯେତେବେଳେ ଲକ୍‌ ଡାଉନ୍‌ ଆରମ୍ଭ ହେଲା ସେତେବେଳେ ଏହାର ସୁଯୋଗ ନେଇ ଯୁବକଜଣଙ୍କ ସେଠାରୁ ନିଜ ଗ୍ରାମ ଭଭୁଆକୁ ପଳାଇ ଆସିଥିଲେ। ଏହାପରେ ଯୁବତୀଜଣଙ୍କ ନିଜ ପ୍ରେମିକଙ୍କୁ ବିବାହ କରିବା ଜିଦିରେ ଗୁଜରାଟରୁ ବିହାରର କୈମୁର ଜିଲାରେ ପହଞ୍ଚି ଏସ୍‌ପି ଦୀଲନବାଜ ଅହମ୍ମଦଙ୍କ ନିକଟରେ ସମସ୍ତ ଘଟଣା କହିଥିଲେ। ଏପରିକି ଯୁବକଙ୍କ ସହ ତାଙ୍କର ବିବାହ କରାଇବାରେ ସହାୟତା କରିବାକୁ ଏସ୍‌ପିଙ୍କୁ ଯୁବତୀଜଣଙ୍କ ଅନୁରୋଧ କରିଥିଲେ। ଏହାପରେ ଏସ୍‌ପିଙ୍କ ନିର୍ଦ୍ଦେଶରେ ପୋଲିସ ଭଭୁଆରୁ ଯୁବକଜଣଙ୍କୁ ଧରିବାରେ ସଫଳ ହୋଇଥିଲା। ପୋଲିସ ଯେତେବେଳେ ଯୁବକଙ୍କ ଥାନାକୁ ଆଣି ପଚରାଉଚରା କରିଥିଲା ସେ ବିବାହ ପାଇଁ ମଧ୍ୟ ରାଜି ହୋଇଯାଇଥିଲା। ପରେ ପୋଲିସ ଉପସ୍ଥିତିରେ ସ୍ଥାନୀୟ ମହାକୋଟେଶ୍ୱର ମନ୍ଦିରରେ ଏହି ପ୍ରେମୀ ଯୁଗଳଙ୍କ ବିବାହ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?