ବୟଫ୍ରେଣ୍ଡ୍‌ ଜେଲରୁ ମୁକୁଳିବା ପରେ ଏମିତି ଜନ୍ମଦିନ ପାଳିଲେ ଗର୍ଲଫ୍ରେଣ୍ଡ୍‌, ଦେଖଣାହାରୀ ଚକିତ

ପୁଣେ,୨୪ା୧୦: ମହାରାଷ୍ଟ୍ରର ଔରଙ୍ଗାବାଦରେ ଜଣେ ଯୁବତୀ ଭିନ୍ନ ଢଙ୍ଗରେ ଜନ୍ମଦିନ ପାଳିଛନ୍ତି। ଯାହା ଦେଖଣାହାରୀଙ୍କୁ ଆଶ୍ଚର୍ଯ୍ୟ କରିଛି।

ପୁଣ୍ଡଲିକ ନାଗର ଥାନା ପୋଲିସ ଇନ୍ସପେକ୍ଟର ଘନଶ୍ୟାମ ସୋନାଓ୍ବାନେ କହିଛନ୍ତି ଯେ, ଏହି ଘଟଣାଟି ଗତ ୪ ତାରିଖର। ବିଳମ୍ବିତ ରାତିରେ ପୁଣ୍ଡଲିକ ନାଗର ଥାନା ଅଞ୍ଚଳରେ ଜଣେ ଯୁବତୀ ବିୟର ପିଇ କାର୍‌ ଛାତରେ ଚଢ଼ି ସିଗାରେଟ ପିଇ ଜନ୍ମଦିନ ପାଳନ କରିଥିଲେ। ଯାହାର ବର୍ତ୍ତମାନ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ।

ଏହି ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଶେଖ୍‌ ଜାଭେଦ ଏବଂ ତାଙ୍କ ସହଯୋଗୀ ମନୋଜ ବାଲିରାମ ଯାଦବଙ୍କୁ ନିଜ ହେପାଜତକୁ ନେଇଥିଲା। ଉଭୟଙ୍କଠାରୁ ତୀକ୍ଷ୍ଣ ଅସ୍ତ୍ର ମଧ୍ୟ ମିଳିଛି। ପୋଲିସ କହିଛି ଯେ, ଉଭୟ ପୁରୁଣା ଅଭିଯୁକ୍ତ ଏବଂ ଏମାନଙ୍କ ନାମରେ ପୂର୍ବରୁ ବହୁ ମାମଲା ରୁଜୁ କରାଯାଇଛି।

ପୋଲିସ କହିଛି ଯେ, ଶେଖ ଜାଭେଦ୍‌ ୩୦ ସେପ୍ଟେମ୍ବରରେ ଔରଙ୍ଗାବାଦର ହରସୁଲ ଜେଲରୁ ମୁକ୍ତ ହେବା ପରେ ଆସିଥିଲେ। ଯେତେବେଳେ ତାଙ୍କ ଗର୍ଲଫ୍ରେଣ୍ଡ ଏକଥା ଜାଣିଲେ, ସେ ପୁଣେରୁ ଔରଙ୍ଗାବାଦକୁ ଜନ୍ମଦିନ ପାଳନ କରିବାକୁ ଆସିଥିଲେ।

ଭାଇରାଲ ଭିଡିଓକୁ ଭିତ୍ତିକରି ପୁଣ୍ଡଲିକ ନାଗର ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ୫ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏମାନଙ୍କ ମଧ୍ୟରୁ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ତିନି ଅଭିଯୁକ୍ତଙ୍କୁ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri