Posted inଜାତୀୟ

ଏପଟେ ଭଉଣୀର ସବାରି ସେପଟେ ଉଠିଲା ଭାଇର କୋକେଇ

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ କସ୍‌ବା ଥାନା ଅଞ୍ଚଳର ଏକ ଗଁ।ରେ ଗୁରୁବାର ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପଟେ ଭଉଣୀର ସବାରି ଉଠିଥିବା ବେଳେ ଅନ୍ୟପଟେ ଭାଇର କୋକେଇ ଉଠିଛି। ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳରେ ବାସ କରୁଥିବା ଜଣେ ବ୍ୟକ୍ତିଙ୍କ ଝିଅର ବୁଧବାର ଦିନ ବାହାଘର ହୋଇଥିଲା। ଉକ୍ତ ବ୍ୟକ୍ତିଙ୍କ ପୁଅ ନୋଏଡାରେ ରହି ଅଟୋ ଚଲାଉଥିବା ବେଳେ ଭଉଣୀ ବାହାଘରେ ସାମିଲ ହେବା ପାଇଁ ସେହି ଦିନ ଘରକୁ ଆସିଥିଲେ। ଯୁବକଙ୍କ ପତ୍ନୀ ଓ ଛୁଆ ଗଁ।ରେ ନିଜ ପରିବାରଙ୍କ ସହ ରହୁଥିଲେ। ସୂଚନାମୁତାବକ, ଦୁଇ ଦିନ ପୂର୍ବରୁ ଯୁବକଙ୍କ ତାଙ୍କ ପତ୍ନୀଙ୍କ ସହ ଝଗଡ଼ା ହୋଇଥିଲା। ଯୁବକ ତାଙ୍କ ପତ୍ନୀଙ୍କ ସହ ବାରମ୍ବାର କଥା ହେବା ପାଇଁ ଚେଷ୍ଟା କରିଥିଲେ ହେଲେ ସେ ତାଙ୍କ ସହ କିଛି କଥାବାର୍ତ୍ତା କରି ନ ଥିଲେ। ଗୁରୁବାର ସକାଳେ ଭଉଣୀର ବିଦାୟୀ ପରେ ନିଜ ରୁମ୍‌ରେ ଯୁବକ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଘରକୁ ଫେରିବା ପରେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ପାଇଥିଲେ। ତାଙ୍କୁ ଝୁଲନ୍ତା ଅବସ୍ଥାରୁ ତଳକୁ ଆଣିବା ବେଳେ ତାଙ୍କର ମୃତ୍ୟୁ ହୋଇସାରିଥିଲା। ଯୁବକଙ୍କ ମୃତ୍ୟୁକୁ ନେଇ ଏବେ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri