ପ୍ରେମିକାଙ୍କ ଆତ୍ମହତ୍ୟା, ନିଜ ବେକ କାଟିଦେଲେ ପ୍ରେମିକ

ପାପଡ଼ାହାଣ୍ଡି,୧।୨(ଡି.ଏନ୍‌.ଏ.):  ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟତ ସୋରିଷପଦର ଗ୍ରାମ ନିକଟ ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ମୃତଦେହ ନିକଟରେ ଜଣେ ଯୁବକ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଛି। ଯୁବକ ଜଣଙ୍କ ହେଲେ ତଣ୍ଡାଗୁଡ଼ା ଗ୍ରାମର କମଳସିଂ ଅମନାତ୍ୟ। ମୃତ ଯୁବତୀ ଓ ଯୁବକଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା ବୋଲି ପାପଡ଼ାହାଣ୍ଡି ପୋଲିସ ସୂଚନା ଦେଇଛି। ପୋଲିସ ୨/୨୩ ରେ ଅପମୃତ୍ୟୁ ମାମଲା ରୁଜୁକରି ଘଟଣାର ତଦନ୍ତ କରୁଛି। ପ୍ରେମିକା ଜଣକ ଗଛରେ ଝୁଲିବା ଦେଖି କମଳ ତାଙ୍କୁ ଗଛରୁ ଓହ୍ଲାଇବା ପରେ ନିଜେ ବ୍ଲେଡ୍‌ରେ ବେକ କାଟିଥିବା ପାପଡ଼ାହାଣ୍ଡି ଥାନାଧିକାରୀ ଦୀପକ ଜେନା କହିଛନ୍ତି। ମାନସିକ ଭାରସାମ୍ୟ ହରାଇ ସେ ଏପରି କରିଥାଇପାରନ୍ତି ବୋଲି ପୋଲିସ କହିଛି। ସୋମବାରଠାରୁ ଯୁବତୀ ଜଣଙ୍କ ନିଖୋଜ ଥିଲେ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି।
କମଳସିଂଙ୍କର ପାପଡ଼ାହାଣ୍ଡି ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଥିଲା। ଉଭୟ ତଣ୍ଡାଗୁଡା ଗ୍ରାମରେ ଏକ ସିମେଣ୍ଟ ତିଆରି ଦୋକାନରେ କାମ କରୁଥିଲେ। ମଙ୍ଗଳବାର ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତଦେହ ଓ ଜଣେ ରକ୍ତ ଜୁଡୁବୁଡୁ ଯୁବକଙ୍କୁ ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଗୁରୁତର ଅବସ୍ଥାରେ କମଳସିଂଙ୍କୁ ଉଦ୍ଧାରକରି ପାପଡ଼ାହାଣ୍ଡି ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଇଥିଲା। ସେଠାରୁ ତାଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। କମଳସିଂ ଗୁରୁତର ଥିବାର ତାଙ୍କୁ କୋରାପୁଟ ପଠାଯାଇଛି। ନବରଙ୍ଗପୁର ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଯିବ। ପୋଲିସ ଏଏସ୍‌ଆଇ ଲାବଣ୍ୟ ବେମାଲ ନବରଙ୍ଗପୁର ମେଡିକାଲରେ ରହିଛନ୍ତି। ଏଏସ୍‌ଆଇ ହରିହର ଭତରା ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri