ପ୍ରେମିକାଙ୍କ ଆତ୍ମହତ୍ୟା, ନିଜ ବେକ କାଟିଦେଲେ ପ୍ରେମିକ

ପାପଡ଼ାହାଣ୍ଡି,୧।୨(ଡି.ଏନ୍‌.ଏ.):  ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟତ ସୋରିଷପଦର ଗ୍ରାମ ନିକଟ ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ମୃତଦେହ ନିକଟରେ ଜଣେ ଯୁବକ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଛି। ଯୁବକ ଜଣଙ୍କ ହେଲେ ତଣ୍ଡାଗୁଡ଼ା ଗ୍ରାମର କମଳସିଂ ଅମନାତ୍ୟ। ମୃତ ଯୁବତୀ ଓ ଯୁବକଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା ବୋଲି ପାପଡ଼ାହାଣ୍ଡି ପୋଲିସ ସୂଚନା ଦେଇଛି। ପୋଲିସ ୨/୨୩ ରେ ଅପମୃତ୍ୟୁ ମାମଲା ରୁଜୁକରି ଘଟଣାର ତଦନ୍ତ କରୁଛି। ପ୍ରେମିକା ଜଣକ ଗଛରେ ଝୁଲିବା ଦେଖି କମଳ ତାଙ୍କୁ ଗଛରୁ ଓହ୍ଲାଇବା ପରେ ନିଜେ ବ୍ଲେଡ୍‌ରେ ବେକ କାଟିଥିବା ପାପଡ଼ାହାଣ୍ଡି ଥାନାଧିକାରୀ ଦୀପକ ଜେନା କହିଛନ୍ତି। ମାନସିକ ଭାରସାମ୍ୟ ହରାଇ ସେ ଏପରି କରିଥାଇପାରନ୍ତି ବୋଲି ପୋଲିସ କହିଛି। ସୋମବାରଠାରୁ ଯୁବତୀ ଜଣଙ୍କ ନିଖୋଜ ଥିଲେ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି।
କମଳସିଂଙ୍କର ପାପଡ଼ାହାଣ୍ଡି ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଥିଲା। ଉଭୟ ତଣ୍ଡାଗୁଡା ଗ୍ରାମରେ ଏକ ସିମେଣ୍ଟ ତିଆରି ଦୋକାନରେ କାମ କରୁଥିଲେ। ମଙ୍ଗଳବାର ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତଦେହ ଓ ଜଣେ ରକ୍ତ ଜୁଡୁବୁଡୁ ଯୁବକଙ୍କୁ ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଗୁରୁତର ଅବସ୍ଥାରେ କମଳସିଂଙ୍କୁ ଉଦ୍ଧାରକରି ପାପଡ଼ାହାଣ୍ଡି ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଇଥିଲା। ସେଠାରୁ ତାଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। କମଳସିଂ ଗୁରୁତର ଥିବାର ତାଙ୍କୁ କୋରାପୁଟ ପଠାଯାଇଛି। ନବରଙ୍ଗପୁର ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଯିବ। ପୋଲିସ ଏଏସ୍‌ଆଇ ଲାବଣ୍ୟ ବେମାଲ ନବରଙ୍ଗପୁର ମେଡିକାଲରେ ରହିଛନ୍ତି। ଏଏସ୍‌ଆଇ ହରିହର ଭତରା ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri