Posted inଫୁରସତ

୧ ଲକ୍ଷ ୨୦ ହଜାର ଦେଇ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କଠାରୁ ୧୨ଟି ଆମ୍ବ କିଣିଲେ ଏହି ବ୍ୟକ୍ତି; କାରଣ ଜାଣିଲେ…

ବର୍ତ୍ତମାନ ସମୟରେ ସବୁଠାରୁ ଶକ୍ତିଶାଳୀ ମାଧ୍ୟମ ପାଲଟିଛି ସାମାଜିକ ଗଣମାଧ୍ୟମ। ଏଥିରେ କିଛି ବି ଭାଇରାଲ ହେବା ମାତ୍ରେ ଚର୍ଚ୍ଚାର ବିଷୟକୁ ଆସିଯାଏ। ବାସ୍‌, ଅନେକ କିଛି ପରିବର୍ତ୍ତନ ହୋଇଯାଏ ଏଥିରେ। ସେଭଳି କ୍ରମରେ ଝାରଖଣ୍ଡ ଜାମସେଦପୁରରେ ରହୁଥିବା ଜଣେ ପଞ୍ଚମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଙ୍କ ଭାଗ୍ୟ ଖୋଲିଛି ଏହି ସୋସିଆଲ ମିଡିଆ। ୧୧ ବର୍ଷୀୟା ତୁଳସୀ କୁମାରୀଙ୍କ ରାସ୍ତା ଉପରେ ବସି ଆମ୍ବ ବିକିବାର କାହାଣୀ ଭାଇରାଲ ହେବା ପରେ ତାଙ୍କ ସ୍ଥିତି ବଦଳିଯାଇଛି।

ଜଣେ ବ୍ୟକ୍ତି ତୁଳସୀଙ୍କଠାରୁ ୧୨ଟି ଆମ୍ବ କିଣି ତାଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ଦେଇଛନ୍ତି। ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ପାଠ ପଢ଼ିବାକୁ ଆଶା ରଖିଥିଲେ ତୁଳସୀ। ହେଲେ କରୋନାକୁ ନେଇ ଲକ୍‌ଡାଉନ୍‌ ଏବଂ ପରିବାରର ଆର୍ଥିକ ସ୍ଥିତି ଯୋଗୁ ସେ ଏକ ସ୍ମାର୍ଟଫୋନ କିଣି ପାରୁ ନ ଥିଲେ। ଏଥିପାଇଁ ତାଙ୍କ ପାଠପଢ଼ା ବନ୍ଦ ହୋଇଯାଇଥିଲା। ହାର ନ ମାନି ଆମ୍ବ ବିକି ଟଙ୍କା ଯୋଗାଡ଼ କରିବାକୁ ନିଷ୍ପତ୍ତି ନେଇଥିଲେ ସେ। ପ୍ରତ୍ୟେହ ସେ ଆମ୍ବ ବିକିବାକୁ ପହଞ୍ଚି ଯାଉଥିଲେ।

ଏହି କାହାଣୀ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ମୁମ୍ବାଇରେ ରହୁଥିବା ଏକ ପ୍ରତିଷ୍ଠିତ କମ୍ପାନୀର ଉପାଧ୍ୟକ୍ଷ ଅମେୟା ହେତେଙ୍କ ପାଖରେ କଥାଟି ପହଞ୍ଚିଥିଲା। ସେ ତୁଳସୀଙ୍କ ସହାୟତା କରିବା ଲାଗି ନିଷ୍ପତ୍ତି ନେଇଥିଲେ। ଏଣୁ ଲକ୍ଷାଧିକ ଟଙ୍କା ଦେଇ ଆମ୍ବ କିଣିନେଇଥିଲେ। ସହାୟତା ପାଇ ତୁଳସୀ ବେଶ ଖୁସିଥିବା ବେଳେ ଏକ ସ୍ମାର୍ଟଫୋନ କିଣିଛନ୍ତି। ଅବଶିଷ୍ଟ ଟଙ୍କା ସେ ନିଜର ପାଠପଢ଼ା ପାଇଁ ସାଇତି ରଖିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri