Posted inଜାତୀୟ

ଅପହୃତା ନାବାଳିକାଙ୍କୁ ହରିୟାଣାରେ ବିକ୍ରି ପରେ ବଳାତ୍କାର: ୭ ଗିରଫ

କୋର୍ବା(ଛତିଶଗଡ଼),୨୨।୧୨: ଛତିଶଗଡ଼ରୁ ଜଣେ ନାବାଳିକାଙ୍କୁ ଅପହରଣ କରି ହରିୟାଣାର ଜଣେ ବ୍ୟକ୍ତିଙ୍କୁ ବିକ୍ରି କରାଯାଇଥିଲା। ସମ୍ପୃକ୍ତ ବ୍ୟକ୍ତି ଜଣକ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଘଟଣାରେ ସମ୍ପୃକ୍ତ ୭ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୨ ମହିଳା ଅଛନ୍ତି।

ଗତ ଅକ୍ଟୋବର ୧୧ତାରିଖରେ ନାବାଳିକାଙ୍କୁ ଛତିଶଗଡ଼ କୋର୍ବା ଜିଲାରୁ ଅପହରଣ କରି ନିଆଯାଇଥିଲା। ଏଥିରେ ପରିବାର ଲୋକେ ଥାନାରେ ଏକ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ହେଲେ ନିଖୋଜ ହେବାର ୨ ମାସ ପରେ ପୋଲିସ ପୀଡ଼ିତାଙ୍କୁ ହରିୟାଣାରୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ନାବାଳିକାଙ୍କୁ କିଣିଥିବା ୩୫ ବର୍ଷୀୟ ବ୍ୟକ୍ତି ଜଣକ ତାଙ୍କୁ ବାରମ୍ବାର ବଳାତ୍କାର କରିଥିବା ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri