Posted inଜାତୀୟ

୧୨ ଶହ ଟଙ୍କା ଖର୍ଚ୍ଚ କରି ବାପାଙ୍କୁ ମାତ୍ର ୨ ମିନିଟ୍‌ ଦେଖିପାରୁଛନ୍ତି ଝିଅ: କହିଲେ, ଭଗବାନ କାହାକୁ ଏପରି ନ କରନ୍ତୁ

ଗୋରଖପୁର,୧୮।୪: ଉତ୍ତରପ୍ରଦେଶର ଗୋରଖପୁର ଜିଲାରେ କରୋନା ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହି କାରଣରୁ, ଏଠାରେ ମୃତକଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏଥି ସହିତ କୋଭିଡ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସଂକ୍ରମିତ ଲୋକଙ୍କ ପରିବାରଙ୍କର ନିଜର ଅସହାୟତା ବଖାଣିଛନ୍ତି। ଡାକ୍ତରଖାନାରେ ରୋଗୀଙ୍କ ପରିବାର ଲୋକଙ୍କଠାରୁ ହଜାର ହଜାର ଟଙ୍କା ନେବା ସତ୍ତ୍ୱେ ସେମାନଙ୍କ କଥା ଶୁଣିବାକୁ କେହି ନାହାଁନ୍ତି। ସେମାନେ ଡାକ୍ତରଙ୍କ ପ୍ରତ୍ୟେକ ଚାହିଦା ପୂରଣ କରୁଛନ୍ତି କିନ୍ତୁ ତଥାପି ସେମାନେ ପ୍ରତିବଦଳରେ ହତାଶ ହେଉଛନ୍ତି। ସହରର କ୍ୟାଣ୍ଟ୍ଟ ଅଞ୍ଚଳରେ ଏକ ହସ୍ପିଟାଲ ବାହାରେ ଜଣେ ଯୁବତୀ କାନ୍ଦୁଥିବା ଦେଖିବାକୁ ମିଳିଥିଲା। ତାଙ୍କ ବାପା କରୋନା ଆକ୍ରାନ୍ତ ହୋଇ ଏପ୍ରିଲ ୯ରୁ ହସ୍ପିଟାଲରେ ଚିକିତ୍ସିତ ହେଉଛି। ତାଙ୍କ ମା’ କରୋନା ସଂକ୍ରମିତ ହୋଇ ଘରେ ଆଇସୋଲେସନରେ ଅଛନ୍ତି। ୧୨୦୦ ଟଙ୍କା ମୂଲ୍ୟର ଏକ ପିପିଇ କିଟ କିଣି ଯୁବତୀ ଜଣଙ୍କ ହସ୍ପିଟାଲ ଝଟକା ବାଟରେ ୨ ମିନିଟ ପାଇଁ ନିଜ ବାପାଙ୍କୁ ଦେଖିପାରୁଛି। ଭଗବାନ କାହାକୁ କରୋନା ପରି ମାରାତ୍ମକ ରୋଗ ଦିଅନ୍ତୁ ନାହିଁ, ଏତିକି ପ୍ରାର୍ଥନା କରୁଛି ବୋଲି ସମ୍ପୃକ୍ତ ଯୁବତୀ କହିଛନ୍ତି। ସୂଚନାଯୋଗ୍ୟ, ଗୋରଖପୁର ଜିଲାରେ ମୋଟ ସଂକ୍ରମିତ ସଂଖ୍ୟା ଅଛି ୨୭୯୬୩। ଏଥିମଧ୍ୟରୁ ୨୨,୨୬୪ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଯାଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ଏପର୍ଯ୍ୟନ୍ତ ୩୮୦ ଜଣଙ୍କର ମୃତ୍ୟୁ ହୋଇଛି। ଜିଲାର ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୨୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri