ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣା: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧୪।୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣାରେ ଗୁରୁବାର ବୀରମିତ୍ରପୁର ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବିହାର ଭାଗଲପୁର ଅଞ୍ଚଳର ସତ୍ୟ ପ୍ରକାଶ ସିଂ(୩୪)। ଶନିବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ରାମ ପ୍ରସାଦ ନାଗ ସୂଚନା ଦେଇଛନ୍ତି। ଥାନାରେ ଲିଖିତ ଅଭିଯୋଗ ପରେ ଗୁରୁବାର ବିଳମ୍ବିତ ରାତିରେ ଏକ ବଳାତ୍କାର ମାମଲା( ନଂ. ୫୬/୨୬) ରୁଜୁ ହୋଇଛି।
ସୂଚନା ଅନୁଯାୟୀ, ଯୁବତୀ ଜଣକ କାମ କରିବାକୁ ସମ୍ବଲପୁର ଜିଲା କୁଚିଣ୍ଡା ଯାଇଥିଲେ। ସେଠାରେ କାମ କରିବା ସମୟରେ ଅଭିଯୁକ୍ତ ସିଂ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଘଟଣା ସମ୍ପର୍କରେ କାହାକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ପୀଡ଼ିତା ଜଣକ ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତି। ଯୁବତୀ ଜଣକ ଏବେ ୬ ମାସର ଗର୍ଭବତୀ । ଏହି ଘଟଣା ଯୁବତୀଙ୍କ ପରିବାର ଲୋକେ ଜାଣିବା ପରେ ବୀରମିତ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୁକ୍ତ ସିଂଙ୍କର ଶୁକ୍ରବାର ପୋଲିସ ଡାକ୍ତରୀ ମାଇନା କରିଛି। ଏହାସହ ଏହି ବଳାତ୍କାର ଘଟଣାରେ ପୋଲିସ ପୀଡ଼ିତାଙ୍କ ସମ୍ପର୍କୀୟ କୁଚିଣ୍ଡା ଅଞ୍ଚଳର ଜନୈକା ଯୁବତୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri