ବେଦିରେ କନ୍ୟା ଅମଙ୍ଗ, ବର ଅଚେତ

ବାଲିଆପାଳ, ୧୯ା୫(ସ୍ବ.ପ୍ର.): ବେଦି ସଜା ହୋଇଥିଲା। ବନ୍ଧୁବାନ୍ଧବ, ଆତ୍ମୀୟସ୍ବଜନଙ୍କ ଉପସ୍ଥିତିରେ ବୈଦିକ ରୀତିନୀତିରେ ଚାଲିଥିଲା ବିବାହ କାର୍ଯ୍ୟ। ବର କନ୍ୟାଙ୍କ ହାତଗଣ୍ଠି ବି ପଡିସାରିଥିଲା। ହେଲେ କନ୍ୟାଙ୍କୁ ବର ସିନ୍ଦୂର ପିନ୍ଧାଇବା ବେଳେ ସବୁ କିଛି ଓଲଟପାଲଟ ହୋଇଗଲା। ହଠାତ୍‌ କନ୍ୟା ବେଦି ଉପରୁ ଉଠି ତାଙ୍କର ସ୍ବାମୀ ଅଛନ୍ତି, ପୂର୍ବରୁ ସେ ବାହା ହୋଇ ସାରିଛନ୍ତି ବୋଲି କହି ହାତରୁ ଶଙ୍ଖା ଖୋଲି ଫିଙ୍ଗିବା ଆରମ୍ଭ କରିଦେଇଥିଲେ। ତାଙ୍କ ପରିବାର ଲୋକେ ଅଟକାଇବାକୁ ଚେଷ୍ଟା କରି ମଧ୍ୟ ବିଫଳ ହୋଇଥିଲେ। ସେ ବେଦି ଛାଡି ପଳାଇବାକୁ ଉଦ୍ୟମ କରୁଥିବା ବେଳେ ତାଙ୍କ ପରିବାର ଲୋକେ ଅଟକାଇ ମାରପିଟ୍‌ କରିଥିଲେ। କନ୍ୟାଙ୍କର ଏପରି କାଣ୍ଡ ଦେଖି ବେଦି ଉପରେ ନିର୍ବାକ ହୋଇ ବସିଥିବା ବର ଚେତାଶୂନ୍ୟ ହୋଇପଡ଼ିଥିଲେ। ବରଘର ପକ୍ଷରୁ କାନ୍ଦବୋବାଳି ଆରମ୍ଭ ହୋଇଥିଲା। ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳରେ ବୁଧବାର ଘଟିଥିବା ଏଭଳି ଅଭାବନୀୟ ଘଟଣାର ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ  ଚର୍ଚ୍ଚାର ବିଷୟ ହୋଇଛି। ଏସବୁ ଘଟଣା ପରେ ବରପକ୍ଷ ଲୋକେ ବରକୁ ଫେରାଇ ନେଇଯିବାକୁ ବାଧ୍ୟ ହୋଇଥିଲେ। ଅନ୍ୟପକ୍ଷରେ କନ୍ୟାଙ୍କୁ ତାଙ୍କ ଘର ଲୋକେ ଘରୁ ବାହାର କରିଦେବା ପରେ ସେ ତାଙ୍କ ପ୍ରେମିକଙ୍କ ଘରେ ଆଶ୍ରୟ ନେଇଛନ୍ତି। ବାଲେଶ୍ୱର ଚାଇଲ୍ଡଲାଇନ ଜିଲା ମୁଖ୍ୟ ପ୍ରଶାନ୍ତ ରାଉତ, ବାଲିଆପାଳ ଆଇସିଡିଏସ୍‌ ସୁପରଭାଇଜର ସ୍ଲିପାରାଣୀ ସାହୁ, ବାଲିଆପାଳ ଚାଇଲ୍ଡଲାଇନ ଟିମ୍‌ ମେମ୍ବର ଉତ୍ତମ କୁମାର ନାୟକ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ପ୍ରାଥମିକ ତଦନ୍ତରୁ କନ୍ୟା ନାବାଳିକା ଥିବା ଚାଇଲ୍ଡଲାଇନ ମୁଖ୍ୟ ରାଉତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri