ଏବେ ବି ଝିଅ ନିଖୋଜ

ସମ୍ବଲପୁର,୪ା୧୦(ବ୍ୟୁରୋ): ମହାନଦୀର ସମ୍ବଲପୁର ଜିଲା ଦଲେଇପଡ଼ା ମହିଳା ଘାଟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଝିଅଙ୍କୁ ବଞ୍ଚାଇବାକୁ ଯାଇ ଗୋଟିଏ ପରିବାରର ୩ ଜଣ ସଦସ୍ୟ ଭାସିଯାଇଥିଲେ। ସେମାନେ ହେଲେ ଧନୁପାଲି ଥାନା ପେନସନ୍‌ପଡ଼ାର ବାପା ମହମ୍ମଦ ଅଲତାଫ (୪୫), ପୁଅ ମହମ୍ମଦ ଅଫତାବ (୧୫) ଓ ଝିଅ ରୁକସାନା ବେଗମ (୧୩)। ପ୍ରଥମେ ମତ୍ସ୍ୟଜୀବୀମାନେ ପୁଅ ଅଫତାବଙ୍କ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାର କିଛି ସମୟ ପରେ ଅଗ୍ନିଶମ ବିଭାଗ କର୍ମଚାରୀ ବାପା ଅଲତାଫଙ୍କ ମୃତଦେହ ଉଦ୍ଧାର କରିଥିଲେ। ହେଲେ ଏବେ ବି ଝିଅ ନିଖୋଜ ଥିବାରୁ ଦମକଳ ବାହିନୀ ଓ ମତ୍ସ୍ୟଜୀବୀ ଖୋଜାଖୋଜି ଜାରି ରଖିଛନ୍ତି।

ଅପରାହ୍ନରେ ପେନସନ୍‌ପଡାର ଅଲତାଫ, ଅଫତାବ ଓ ରୁକସାନା ମହାନଦୀର ଦଲେଇପଡା ଘାଟକୁ ଗାଧୋଇବାକୁ ଯାଇଥିଲେ। ପ୍ରଥମେ ରୁକସାନା ମହାନଦୀରେ ପଶିବା ସମୟରେ ଗୋଡ ଖସିଯିବାରୁ ପାଣିରେ ଭାସିଯାଇଥିଲେ। ଝିଅକୁ ଉଦ୍ଧାର କରିବା ପାଇଁ ବାପା ଅଲତାଫ ପାଣିକୁ ଡେଇଁଥିଲେ। ପରେ ପୁଅ ଅଫତାବ ମଧ୍ୟ ପାଣିକୁ ଡେଇଁ ପଡିଥିଲେ। ପାଖରେ ଗାଧୋଉଥିବା ମହିଳାମାନେ ୩ ଜଣ ପାଣିରେ ଭାସିଗଲେ କହି ଚିତ୍କାର କରିଥିଲେ। ଏହା ଶୁଣି ସ୍ଥାନୀୟ ମତ୍ସ୍ୟଜୀବୀ ଡଙ୍ଗା ସାହାଯ୍ୟରେ ଖୋଜାଖୋଜି କରିଥିଲେ। ମାଛ ମାରିବା ଜାଲ ପକାଇବା ସହ ପାଣିରେ ବୁଡି ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ପ୍ରାୟ ଦେଢଘଣ୍ଟା ପରେ ପୁଅ ଅଫତାବ ଓ ପରେ ବାପା ଅଲତାଫଙ୍କୁ ଉଦ୍ଧାର କରାଯାଇ ଜିଲା ସଦର ଡାକ୍ତରଖାନାକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ମତ୍ସ୍ୟଜୀବୀଙ୍କ କହିବା ଅନୁସାରେ ଘାଟ ଉପରେ ଆନିକଟ ରହିଛି। ତେଣୁ ଏଠାରେ ପାଣିର ସ୍ରୋତ ଅଧିକ ରହିଥାଏ। ଅଧିକାଂଶ ସମୟରେ ଏହି ପରିବାର ସଦସ୍ୟମାନେ ଗାଧୋଇବାକୁ ଆସନ୍ତି। ଆଜି ଆସିଥିବା ବେଳେ ଏତେ ବଡ ଅଘଟଣ ଘଟିଗଲା। ସଙ୍ଗେ ସଙ୍ଗେ ଉଦ୍ଧାର କରିବା ଆରମ୍ଭ କରିଥିଲୁ, ହେଲେ ଜୀବନ ବଞ୍ଚାଇପାରିଲୁ ନାହିଁ ବୋଲି କହିଥିଲେ। ଅତିରିକ୍ତ ଏସ୍‌ପି ତପନ କୁମାର ମହାନ୍ତି କହିଛନ୍ତି, ପରିବାରର ୨ଜଣଙ୍କୁ ଉଦ୍ଧାର ପରେ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଝିଅ ରୁକସାନା ନିଖୋଜ ଅଛନ୍ତି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri