Posted inଜାତୀୟ

ପାଠପଢ଼ାକୁ ନେଇ ଯୁକ୍ତିତର୍କ ପରେ ମା’ଙ୍କୁ ହତ୍ୟା କଲା ନାବାଳିକା ଝିଅ

ମୁମ୍ବାଇ,  ୧୦।୮: ପାଠପଢ଼ାକୁ ନେଇ ଯୁକ୍ତିତର୍କ ପରେ କରାଟେ ବେଲ୍ଟରେ ମା’ଙ୍କ ତଣ୍ଟି ଚିପି ହତ୍ୟା କରିଛି ୧୫ ବର୍ଷୀୟା ନାବଳିକା ଝିଅ। ନବି ମୁମ୍ବାଇରେ ଗତ ୩୦ ତାରିଖରେ ଏଭଳି ଘଟଣା ଘଟିଥିବା ମଙ୍ଗଳବାର ପୋଲିସ ପକ୍ଷରୁ କୁହାଯାଇଛି। ହତ୍ୟା ପରେ ମା’ଙ୍କ ମୃତ୍ୟୁକୁ ଝିଅ ଦୁର୍ଘଟଣାର ରୂପ ଦେବାକୁ ଚେଷ୍ଟା କରିଥିଲା।

ଝିଅ ଓ ତା’ର ୪୦ ବର୍ଷୀୟା ମା’ଙ୍କ ମଧ୍ୟରେ ପାଠପଢ଼ାକୁ ନେଇ ନିୟମିତ ଝଗଡ଼ା ହେଉଥିଲା। ମା’ଙ୍କ ଇଚ୍ଛା ଥିଲା ଝିଅ ଡାକ୍ତର ହେଉ। କିନ୍ତୁ ସେ ପାଠପଢ଼ାରେ ମନ ଦେଉ ନ ଥିଲା ବୋଲି ରାବାଲେ ଥାନା ଅଧିକାରୀ କହିଛନ୍ତି।

ଜୁଲାଇ ୩୦ରେ ଦୁର୍ଘଟଣା କାରଣରୁ ମା’ଙ୍କ ମୃତ୍ୟୁ ହୋଇଥିବା ପୋଲିସକୁ ଜଣାଇଥିଲେ ନାବାଳିକା ଝିଅ। ତେବେ ଶବବ୍ୟବଚ୍ଛେଦ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ଜଣାପଡ଼ିଥିଲା। ପଚରାଉଚୁରା ବେଳେ ନାବାଳିକା ଝିଅ ନିଜ ଦୋଷ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri