Posted inଜାତୀୟ

ଏନ୍‌ଡିଏ ପରୀକ୍ଷା ଦେଇପାରିବେ ଛାତ୍ରୀ..

ନୂଆଦିଲ୍ଲୀ,୧୮।୮: ନ୍ୟାଶନାଲ ଡିଫେନ୍ସ୍‌ ଏକାଡେମୀ(ଏନ୍‌ଡିଏ) ପରୀକ୍ଷା ଛାତ୍ରୀମାନେ ଦେଇପାରିବେ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହା ଦ୍ୱାରା ଚଳିତ ବର୍ଷ ସେପ୍ଟେମ୍ବର ୫ରେ ହେବାକୁ ଥିବା ଏନଡିଏ ପରୀକ୍ଷା ବିଜ୍ଞାନ ଛାତ୍ରୀ ମାନେ ଦେଇପାରିବେ। ପରେ ଏନଡିଏରେ ଆଡମିଶନ ସମ୍ପର୍କିତ ନିଷ୍ପତ୍ତି ନିଆଯିବ ବୋଲି କୋର୍ଟ କହିଛନ୍ତି। ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପରୀକ୍ଷାରେ ଛାତ୍ରୀମାନଙ୍କୁ ଏପର୍ଯ୍ୟନ୍ତ ବସିବାକୁ ଦିଆଯାଇ ନ ଥିଲା।
ଆଇନଜୀବୀ କୁଶ କାଲରା, ଆବେଦନକାରୀଙ୍କ ପକ୍ଷରୁ କୋର୍ଟଙ୍କୁ କହିଛନ୍ତି ଯେ ସ୍ନାତକୋତ୍ତର ପରେ ହିଁ ମହିଳାମାନଙ୍କୁ ସେନାରେ ଯୋଗଦେବାକୁ ଅନୁମତି ଦିଆଯାଇଛି। ସେମାନଙ୍କ ପାଇଁ ସର୍ବନିମ୍ନ ଯୋଗଦେବା ବୟସ ମଧ୍ୟ ୧୯ରୁ ୨୧ ବର୍ଷ ରଖାଯାଇଛି। ଅପରପକ୍ଷରେ ଛାତ୍ରଙ୍କୁ ଦ୍ୱାଦଶ ପରେ ଏନ୍‌ଡିଏରେ ଯୋଗଦେବାକୁ ଅନୁମତି ପ୍ରଦାନ କରାଯାଇଛି। ଫଳରେ ଚାକିରୀ କ୍ଷେତ୍ରରେ ଝିଅମାନେ ବିଳମ୍ବରେ ସମାନ ପଦବୀରେ ପହଞ୍ଚିପାରୁଥିବା ଆଇନଜୀବୀ ଦର୍ଶାଇଥିଲେ। ଏହା ସାମ୍ବିଧାନିକ ସମାନତା ଅଧିକାରର ଉଲ୍ଲଂଘନ ବୋଲି ସେ କହିଥିଲେ। ଏହି ପ୍ରସଙ୍ଗରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିବାକୁ କୋର୍ଟ କେନ୍ଦ୍ର ସରକାରଙ୍କୁ କହିଛନ୍ତି। ଜଷ୍ଟିସ ସଞ୍ଜୟ କିଶନ କୌଲ ଏବଂ ହୃଷିକେଶ ରାୟଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି।
ଏହି ଆବେଦନରେ ଉଲ୍ଲେଖ କରାଯାଇଛି ଯେ କେବଳ ପୁଅମାନେ ନ୍ୟାସନାଲ ଡିଫେନ୍ସ ଏକାଡେମୀ ଏବଂ ନାଭାଲ ଏକାଡେମୀରେ ଆଡମିଶନ ପାଆନ୍ତି। ଏହା ଦ୍ୱାରା ସେନାରେ ଯୁବକ ଅଧିକାରୀ ନିଯୁକ୍ତ ହୋଇଥାନ୍ତି। ଏହା କରିବା ଯୋଗ୍ୟ ଝିଇମାନଙ୍କର ମୌଳିକ ଅଧିକାରର ଉଲ୍ଲଂଘନ। ସେମାନେ ସେନାରେ ଯୋଗଦେବାକୁ ଏବଂ ଦେଶ ସେବା କରିବାକୁ ଚାହୁଁଛନ୍ତି।
ମହିଳା ଅଧିକାରୀଙ୍କୁ ସ୍ଥାୟୀ କମିଶନ ପ୍ରଦାନ କରିବାକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ବର୍ଷର ନିଷ୍ପତ୍ତିକୁ ଦୋହରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri