Posted inଜାତୀୟ

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି ସମଗ୍ର ଦେଶବାସୀଙ୍କଠାରୁ କ୍ଷମା ମାଗିଛନ୍ତି। ଭାଇରାଲ ହେଉଥିବା ଏହି ଭିଡିଓରେ ଯୁବତୀଜଣକ ବେଶ ଭାବୁକ ନଜର ଆସୁଛନ୍ତି ଏବଂ ନିଜ କାମ ପାଇଁ ଅନୁତାପ କରୁଛନ୍ତି। ଭିଡିଓରେ ଯୁବତୀଜଣକ ଦାବି କରିଛନ୍ତି ଯେ ତାଙ୍କର ବୟସ ମାତ୍ର ୧୫ ବର୍ଷ ଅଟେ। ସେ କହିଛନ୍ତି, ‘ପ୍ରଦର୍ଶନ ସମୟରେ ମୁଁ କିଛି ଲୋକଙ୍କ ପ୍ରରୋଚନାରେ ପଡ଼ିଯାଇଥିଲି ଏବଂ ପ୍ରଧାନମନ୍ତ୍ରୀଜୀଙ୍କ ବିରୋଧରେ ବହୁତ ଭୁଲ କଥା କହିଦେଲି। ମୁଁ ଯାହା କିଛି ବି କଲି, ତାହା କ୍ଷମାଯୋଗ୍ୟ ନୁହେଁ। ମୋ ଦ୍ୱାରା ଏକ ବଡ଼ ଭୁଲ ହୋଇଯାଇଛି, ମୁଁ ଲଜ୍ଜିତ ଏବଂ ନିଜକୁ ଆଇନାରେ ମଧ୍ୟ ଦେଖିପାରୁ ନାହିଁ। ଏହା ମୋର ପ୍ରଥମ ଏବଂ ଶେଷ ଭୁଲ ଅଟେ, ଦୟାକରି ମତେ କ୍ଷମା କରିଦିଅନ୍ତୁ।’

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶ୍ଳୀଳ ଭାଷା ବ୍ୟବହାର କରିବା ଅଭିଯୋଗରେ ନୋଏଡା ପୋଲିସ ଷ୍ଟେଶନରେ ଏକ ଅଭିଯୋଗ କରାଯାଇଥିଲା। ନୋଏଡା ପୋଲିସ ଏକ ଜିରୋ ଏଫଆଇଆର୍‌ (Zero FIR) ରୁଜୁ କରି ମାମଲାଟି ନୂଆଦିଲ୍ଲୀର ପାର୍ଲାମେଣ୍ଟ ଷ୍ଟ୍ରିଟ ପୋଲିସ ଷ୍ଟେଶନକୁ ସ୍ଥାନାନ୍ତର କରିଥିଲା। ଅଭିଯୋଗରେ ଦର୍ଶାଯାଇଥିଲା ଯେ ଏଭଳି ମନ୍ତବ୍ୟ ଦ୍ୱାରା ସାମ୍ବିଧାନିକ ପଦବୀର ଗରିମା କ୍ଷୁର୍ଣ୍ଣ ହୋଇଛି ଏବଂ ଏହା ଦ୍ୱାରା ଜନଶାନ୍ତି ଭଙ୍ଗ ହୋଇପାରେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri