ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ନ୍ୟାୟ ପାଇଁ କୋରାପୁଟ ଟାଉନ ଥାନାର ଦ୍ଵାରସ୍ଥ ହୋଇଛନ୍ତି ପରିବାର ଲୋକେ।

ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ କୋରାପୁଟ ସଦର ମହକୁମା ପିତେଇ ଗ୍ରାମର ପ୍ରଫୁଲ୍ଲ ଖେମୁଣ୍ଡୁଙ୍କ ଝିଅ ଗାୟତ୍ରୀ ଖେମୁଣ୍ଡୁ ସୁନାପୁର ଜେଜେ ମାଙ୍କ ଘରେ ରହି ସେମିଳିଗୁଡା କଲେଜରେ + ଦ୍ୱିତୀୟ ବର୍ଷରେ ପାଠ ପଢୁଥିଲେ । ଦାମନଯୋଡି ସ୍ଥିତ ମାଥାଲପୁଟ ଅଞ୍ଚଳର ଜଣେ ଯୁବକ ତାଙ୍କୁ ଭଲ ପାଉଥିଲେ। ଅନେକ ସମୟରେ କଲେଜ ଯିବା ବାଟରେରେ ସାକ୍ଷାତ କରୁଥିଲେ । ଛାତ୍ରୀଙ୍କ ସହିତ କଥା ହେବା ପାଇଁ ସେ ଏକ ମୋବାଇଲ ମଧ୍ୟ ଦେଇଥିଲେ। କିଛି କଥାକୁ ନେଇ ଦୁଇ ଜଣଙ୍କ ଭିତରେ ମତାନ୍ତର ଲାଗି ରହୁଥିଲା। ଶନିବାର ସନ୍ଧ୍ୟାରେ ପ୍ରେମିକ ଜଣଙ୍କ ଛାତ୍ରୀ ରହୁଥିବା ଜେଜେ ମାଙ୍କ ଘରକୁ ଯାଇ ଛାତ୍ରୀଙ୍କୁ ମାଡ଼ ମାରିଥିଲେ।

ରବିବାର ଛାତ୍ରୀଙ୍କ ବାପା ମୋବାଇଲ ସଜାଡ଼ିବା ପାଇଁ କୋରାପୁଟ ଆସିଥିବା ବେଳେ ଝିଅ ବେକରେ ରସି ଲଗାଇ ଆତ୍ମହତ୍ୟା କରିଛି । ପୁଅର ନିର୍ଯ୍ୟାତନା ସହି ନପାରି ଝିଅ ଆତ୍ମହତ୍ୟା କରିଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି । ଏନେଇ ସଦର ଥାନା ପୋଲିସ ପକ୍ଷରୁ ତଦନ୍ତ ଚାଲିଥିବା ସଦର ଥାନା ଅଧିକାରୀ ରୁନୁ ମାଝୀ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ଆମେରିକାର ଲୁଇସିଆନାରେ ହୃଦୟ ବିଦାରକ ଘଟଣା, ୮ ଛୁଆଙ୍କୁ ହତ୍ୟା

ଓ୍ବାଶିଂଟନ,୧୯ା୪: ଆମେରିକାର ଲୁଇସିଆନାରେ ଘରୋଇ ହିଂସା ସହିତ ଜଡିତ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣାରେ ଅତି କମରେ ଆଠ ଜଣ ପିଲାଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

କବିସୂର୍ଯ୍ୟଙ୍କ ଶ୍ରାଦ୍ଧତ୍ସୋବ ପାଳନ ପାଇଁ ପ୍ରସ୍ତୁତି ଚୂଡାନ୍ତ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଓଡ଼ିଆ ସାହିତ୍ୟାକାଶର ଉଜ୍ଜଳତମ ନକ୍ଷତ୍ର କବିସୂର୍ଯ୍ୟ ବଳଦେବ ରଥ ବୈଶାଖ ମାସ ଅକ୍ଷୟ ତୃତୀୟା ତିଥିରେ ଜନ୍ମ ଗ୍ରହଣ କରିଥିଲେ। ପବିତ୍ର ଜନ୍ମମାଟି…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri