ପ୍ରେମିକଙ୍କ ଗଳାକାଟି ସ୍କୁଟିରେ ଫେରାର ହୋଇଗଲେ ପ୍ରେମିକା

କେନ୍ଦ୍ରାପଡ଼ା,୨୪।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅଧୀନ ହଜାରୀ ଛକରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କ ଗଳାକୁ ତାଙ୍କ ପ୍ରେମିକା କାଟି ଦେଇ ଫେରାର ହୋଇଯାଇଛନ୍ତି। ରାସ୍ତା ପାର୍ଶ୍ୱରେ ପଡିଥିବା ସେହି ଯୁବକଙ୍କୁ ପୋଲିସ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଛି। ସମ୍ପୃକ୍ତ ଯୁବକଙ୍କ ବୟାନକୁ ଆଧାର କରି ପୋଲିସ ଏକ ମାମଲା(ନଂ.୩୪୩/୨୫) ରୁଜୁ ତଦନ୍ତ ଚଳାଇଛି। ଏହି ତଦନ୍ତରେ ପୋଲିସ ଫରେନସିକ ଟିମ୍‌ ଓ ଡଗ୍‌ ସ୍କ୍ବାର୍ଡକୁ ସାମିଲ କରିଛି। ତେବେ କେଉଁ କାରଣରୁ ଏପରି ଘଟଣା ଘଟିଲା ସେ ସମ୍ପର୍କରେ କିଛି ସ୍ପଷ୍ଟ ହୋଇନାହିଁ।
ଉକ୍ତ ଘଟଣା ସମ୍ପର୍କରେ ଏସ୍‌ଡିପିଓ ଜ୍ୟୋତିରଞ୍ଜନ ଗୌଡ କହିଛନ୍ତି, ଆହତ ଯୁବକ ଜଣକ ଜଗତସିଂହପୁର ଜିଲା କୁଜଙ୍ଗ ଥାନା ବାଘୁଆ ଠେଙ୍ଗ ଗ୍ରାମର ସତ୍ୟଜିତ ଷଡ଼ଙ୍ଗୀ। ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ମାର୍ଶାଘାଇ ଥାନା ପୋଲିସ ପାଟ୍ରୋଲିଂ କରୁଥିଲା। ଏଏସ୍‌ଆଇ ଲୋଭାବତୀ ସାହୁ ସତ୍ୟଜିତ୍‌ଙ୍କୁ ଗୁରୁତର ଅବସ୍ଥାରେ ହଜାରୀ ଛକ ସେତୁଠାରୁ ଅନତୀ ଦୂରରୁ ଉଦ୍ଧାର କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ବଡ଼ ମେଡିକାଲ ପଠାଯାଇଛି। ସତ୍ୟଜିତ କହିଛନ୍ତି, ଜଗତସିଂହପୁର ଜିଲା ତିର୍ତ୍ତେଲ ଥାନା ଅଢ଼ାବତୀ ଗ୍ରାମର ଜଣେ ମହିଳାଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ଥିଲା। ଘଟଣାଦିନ ସମ୍ପୃକ୍ତ ମହିଳା ତାଙ୍କ ଗଳାକୁ କୌଣସି ଧାରୁଆ ଅସ୍ତ୍ରରେ କାଟି ସ୍କୁଟିରେ ଫେରାର ହୋଇଯାଇଥିଲେ। ଏହାକୁ ନେଇ ଜିଲା ପୋଲିସ ତନାଘନା ଚଳାଇଛି। ଖୁବ୍‌ଶୀଘ୍ର ଅପରାଧୀ ଧରାପଡିବେ ବୋଲି ଏସ୍‌ଡିପିଓ ଗୌଡ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri