ପ୍ରେମିକାଙ୍କୁ ଗଳାକାଟି ହତ୍ୟା, ବିଷ ପିଇଲେ ପ୍ରେମିକ

ଲହୁଣୀପଡ଼ା, ୧୫।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଗୁରୁଣ୍ଡିଆ ବ୍ଲକ ଅଧୀନ ବାଙ୍କି ନିକଟସ୍ଥ ଭାଲତା ଗ୍ରାମରେ ଗୁରୁବାର ଜଣେ ଯୁବତୀଙ୍କୁ ହତ୍ୟାକରି ଜଣେ ଯୁବକ ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମୃତ ଯୁବତୀ ହେଲେ ଲହୁଣୀପଡ଼ା ବ୍ଳକ ଅନ୍ତର୍ଗତ ଦର୍ଜୀଂ ପଞ୍ଚାୟତ ମଧୁପୁର ଅଞ୍ଚଳର ଶାନ୍ତି ଓରାମ (୨୨)। ଯୁବକ ହେଲେ ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳର ଶୁକ୍ରା ଓରାମ(୨୫)। ଶୁକ୍ରାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ରାଉରକେଲାରେ କଡ଼ା ସୁରକ୍ଷାରେ ଚିକିତ୍ସା କରାଯାଉଛି।

ଘଟଣାରୁ ପ୍ରକାଶ ଯେ, ଶାନ୍ତିଙ୍କ ମା’ବାପାଙ୍କ ମୃତ୍ୟୁ ପରେ ଭାଲତା ଗ୍ରାମକୁ ଆସି ଭିଣୋଇ ଘରେ ରହୁଥିଲେ। ଶୁକ୍ରା ମଧ୍ୟ ଭାଲତା ଗାଁକୁ ଆସି ମାଉସୀ ଘରେ ରହୁଥିଲେ। ସେତିକିବେଳେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଗୁରୁବାର ଶାନ୍ତି ଏକୁଟିଆ ଥିବାବେଳେ ଶୁକ୍ରା ତାଙ୍କ ନିକଟରେ ପହଞ୍ଚି ଥିଲେ। ସାଙ୍ଗରେ ନେଇଥିବା କୀଟନାଶକ ଶାନ୍ତିଙ୍କୁ ପିଇବା ପାଇଁ ବାଧ୍ୟ କରିଥିଲେ। ଶାନ୍ତି ଏହାକୁ ବିରୋଧ କରି ଦୌଡ଼ି ପଳାଇବାକୁ ଉଦ୍ୟମ କରିଥିଲେ। ହେଲେ ଶୁକ୍ରା ତାଙ୍କୁ କାବୁକରି ନେଇଥିଲେ। ପରେ ସେ ଘର ଅଗଣାରେ ଏକ ଧାରୁଆ ଅସ୍ତ୍ରରେ ଶାନ୍ତିଙ୍କ ଗଳାକାଟି ହତ୍ୟା କରିଥିଲେ। ଏପରି କି ଶୁକ୍ରା ଆଣିଥିବା କୀଟନାଶକକୁ ପିଇଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବିଷକ୍ରିୟାରେ ଛଟପଟ ହେଉଥିବା ପରିବାର ଲୋକ ଦେଖି ଶୁକ୍ରାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଖବରପାଇ ଚାନ୍ଦିପୋଷ ପୋଲିସ ଫରେନ୍‌ସିକ ଦଳ ସହିତ ଘଟଣା ସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲା। ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri