ପ୍ରେମିକାଙ୍କୁ ଗଳାକାଟି ହତ୍ୟା, ବିଷ ପିଇଲେ ପ୍ରେମିକ

ଲହୁଣୀପଡ଼ା, ୧୫।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଗୁରୁଣ୍ଡିଆ ବ୍ଲକ ଅଧୀନ ବାଙ୍କି ନିକଟସ୍ଥ ଭାଲତା ଗ୍ରାମରେ ଗୁରୁବାର ଜଣେ ଯୁବତୀଙ୍କୁ ହତ୍ୟାକରି ଜଣେ ଯୁବକ ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମୃତ ଯୁବତୀ ହେଲେ ଲହୁଣୀପଡ଼ା ବ୍ଳକ ଅନ୍ତର୍ଗତ ଦର୍ଜୀଂ ପଞ୍ଚାୟତ ମଧୁପୁର ଅଞ୍ଚଳର ଶାନ୍ତି ଓରାମ (୨୨)। ଯୁବକ ହେଲେ ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳର ଶୁକ୍ରା ଓରାମ(୨୫)। ଶୁକ୍ରାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ରାଉରକେଲାରେ କଡ଼ା ସୁରକ୍ଷାରେ ଚିକିତ୍ସା କରାଯାଉଛି।

ଘଟଣାରୁ ପ୍ରକାଶ ଯେ, ଶାନ୍ତିଙ୍କ ମା’ବାପାଙ୍କ ମୃତ୍ୟୁ ପରେ ଭାଲତା ଗ୍ରାମକୁ ଆସି ଭିଣୋଇ ଘରେ ରହୁଥିଲେ। ଶୁକ୍ରା ମଧ୍ୟ ଭାଲତା ଗାଁକୁ ଆସି ମାଉସୀ ଘରେ ରହୁଥିଲେ। ସେତିକିବେଳେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଗୁରୁବାର ଶାନ୍ତି ଏକୁଟିଆ ଥିବାବେଳେ ଶୁକ୍ରା ତାଙ୍କ ନିକଟରେ ପହଞ୍ଚି ଥିଲେ। ସାଙ୍ଗରେ ନେଇଥିବା କୀଟନାଶକ ଶାନ୍ତିଙ୍କୁ ପିଇବା ପାଇଁ ବାଧ୍ୟ କରିଥିଲେ। ଶାନ୍ତି ଏହାକୁ ବିରୋଧ କରି ଦୌଡ଼ି ପଳାଇବାକୁ ଉଦ୍ୟମ କରିଥିଲେ। ହେଲେ ଶୁକ୍ରା ତାଙ୍କୁ କାବୁକରି ନେଇଥିଲେ। ପରେ ସେ ଘର ଅଗଣାରେ ଏକ ଧାରୁଆ ଅସ୍ତ୍ରରେ ଶାନ୍ତିଙ୍କ ଗଳାକାଟି ହତ୍ୟା କରିଥିଲେ। ଏପରି କି ଶୁକ୍ରା ଆଣିଥିବା କୀଟନାଶକକୁ ପିଇଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବିଷକ୍ରିୟାରେ ଛଟପଟ ହେଉଥିବା ପରିବାର ଲୋକ ଦେଖି ଶୁକ୍ରାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଖବରପାଇ ଚାନ୍ଦିପୋଷ ପୋଲିସ ଫରେନ୍‌ସିକ ଦଳ ସହିତ ଘଟଣା ସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲା। ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri