Posted inଜାତୀୟ

ପ୍ରେମିକା ଫୋନ୍‌ ରିସିଭ୍‌ କଲେନି ବୋଲି ରାଗିଗଲେ ପ୍ରେମିକ, ନିର୍ମମ ଭାବେ ମାଡ଼ ମାରିଲେ, ବଳାତ୍କାର କଲେ, ତା’ପରେ…

ଥିରୁଭାନନ୍ତପୁରମ୍‌,୧।୨: କେରଳର କୋଚି ଜିଲାରେ କିଛି ଦିନ ପୂର୍ବରୁ ପ୍ରେମିକଙ୍କ ଦ୍ୱାରା ନିଷ୍ଠୁର ଏବଂ ଯୌନ ନିର୍ଯାତନାର ଶିକାର ହୋଇଥିବା ଜଣେ ୧୯ ବର୍ଷୀୟା ଯୁବତୀଙ୍କ ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି। ପୋଲିସ କହିଛି ଯେ ସୋମବାର ଝିଅଟି ତାଙ୍କ ଘରେ ଗୁରୁତର ଆହତ ଅବସ୍ଥାରେ ମିଳିଥିଲେ। ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଡାକ୍ତରମାନେ ତାଙ୍କୁ ଭେଣ୍ଟିଲେଟରରେ ରଖିଥିଲେ।

ଜଣେ ଅଧିକାରୀ କହିଛନ୍ତି, ଶୁକ୍ରବାର ଅପରାହ୍ନରେ ପୀଡିତାଙ୍କ ମୃତ୍ୟୁ ହୋଇଥିଲା। ସେ କହିଛନ୍ତି , ଅଭିଯୁକ୍ତ ପ୍ରେମିକ ଅନୁପ (୨୪ ବର୍ଷୀୟ) ପୋଲିସ ବୁଧବାର ଗିରଫ କରିଛି। ପୋଲିସର ସୂଚନା ଅନୁଯାୟୀ, ନିଶାକାରୀ ଅନୁପର ନାମ ପୂର୍ବରୁ ଅନେକ ଚୋରା ଚାଲାଣ ମାମଲାରେ ସାମ୍ନାକୁ ଆସିଛି।
ପୀଡିତାଙ୍କ ମାଆଙ୍କ ଅଭିଯୋଗ କ୍ରମେ ପୋଲିସ ଅଭିଯୁକ୍ତ ପ୍ରେମିକଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ପ୍ରାସଙ୍ଗିକ ଧାରା ଅନୁଯାୟୀ ଉତ୍ପୀଡ଼ନ ଏବଂ ଯୌନ ନିର୍ଯାତନାର ମାମଲା ରୁଜୁ କରିଥିଲା।

ପୋଲିସ ଷ୍ଟେଶନର ଜଣେ ଅଧିକାରୀ କହିଛନ୍ତି , ତଦନ୍ତ ଏବଂ ପୋଷ୍ଟମର୍ଟମ ସମାପ୍ତ ହେବା ଏବଂ ଡାକ୍ତରଙ୍କ ବୟାନ ରେକର୍ଡ ହେବା ପରେ ଯୁବକଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରାଯାଇପାରିବ। ପୋଲିସର ସୂଚନା ଅନୁଯାୟୀ, ଅଭିଯୁକ୍ତ ପ୍ରେମିକ ସ୍ବୀକାର କରିଛି ଯେ ସେ ଜାନୁଆରୀ ୨୬ ରାତିରେ ପୀଡିତାଙ୍କ ଘରକୁ ଯାଇଥିଲେ ଏବଂ ସେମାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା।

ପୋଲିସ ଅଧିକାରୀ କହିଛନ୍ତି, ମହିଳା ଏବଂ ଅଭିଯୁକ୍ତ ଲିଭ-ଇନ ସମ୍ପର୍କରେ ଥିଲେ। ଅନୁପ ମହିଳାଙ୍କୁ ଅନ୍ୟମାନଙ୍କ ସହ କଥା ହେଉଥିବା ସନ୍ଦେହ କରୁଥିଲେ। ତାଙ୍କ ବୟାନ ଅନୁଯାୟୀ, ଗତ ଶନିବାର ରାତିରେ ମହିଳା ତାଙ୍କ ଫୋନ ରିସିଭ୍‌ ନକରିବାରୁ ସେ ରାଗି ଯାଇଥିଲେ। ପରେ ଘରେ ପହଞ୍ଚି ସେ ଯୁବତୀଙ୍କୁ ନିର୍ଯାତନା ଦେଇଥିଲେ, ଯାହା ପରେ ସେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ଯେତେବେଳେ ସେ ଶାଲରେ ଝୁଲି ପଡିଲେ, ଅନୁପ ତାଙ୍କୁ ତଳକୁ ଆଣିଲେ, କିନ୍ତୁ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କଲେ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri